କୋର୍ଟ ଭିତରେ ଏସ୍‌ପିଙ୍କ ଉପସ୍ଥିତିକୁ ନେଇ ଆପତ୍ତି

ବଲାଙ୍ଗୀର ଅଫିସ,୧ା୧୦ ଶୁକ୍ରବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାର ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କ ଉପସ୍ଥିତିକୁ ନେଇ ଆପତ୍ତି ଉଠାଯାଇଛି । ଆପତ୍ତି ଉଠାଇଛନ୍ତି ମାମଲାର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଓକିଲ ଦୁର୍ଗା ପାଢୀ । ଏସ୍‌ପିଙ୍କ ଉପସ୍ଥିତି ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟାକୁ ପ୍ରଭାବିତ କରିବ ବୋଲି ଏଡିଜେଙ୍କୁ ପ୍ରତିପକ୍ଷ ଓକିଲ ପାଢ଼ୀ ଲିଖିତ ଜଣାଇଥିଲେ। ପରେ ଏସଂକ୍ରାନ୍ତରେ ଆଗାମୀ ୧୦ ତାରିଖ ଦିନ ଶୁଣାଣି ହେବ ବୋଲି ନିର୍ଦ୍ଦେଶ ଦେଇ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟାକୁ ଏଡିଜେ ମୁଲତବୀ ଘୋଷଣା କରିଥିବା ଜଣାପଡିଛି। ଫଳରେ ସାକ୍ଷ୍ୟ ଗ୍ରହଣର ଦୁଇଦିନ ଭିତରେ ଏହି ଶୁଣାଣି ପ୍ରକ୍ରିୟା ଅଟକି ଯାଇଛି। କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୁରୁବାର ମମିତା ମେହେର ହତ୍ୟା ମାମଲାର ସାକ୍ଷ୍ୟ ଗ୍ରହଣ ଆରମ୍ଭ ହୋଇଥିଲା। ପ୍ରଥମ ସାକ୍ଷୀ ଭାବେ ଗୁରୁବାର ମୃତ ମମିତାଙ୍କ ବଡବାପା ପୁଅ ଭାଇ ଉମେଶ ମେହେରଙ୍କ ବୟାନ ରେକର୍ଡ କରାଯାଇଥିଲା। ଦ୍ୱିତୀୟ ସାକ୍ଷୀ ଭାବେ ମମିତାଙ୍କ ନିଜ ଭାଇ ବଣ୍ଟି ମେହେର କୋର୍ଟରେ ହାଜର ହୋଇ ସାକ୍ଷ୍ୟ ଦେଇଥିଲେ। ତେବେ ଧାର୍ଯ୍ୟ ସମୟରେ ତାଙ୍କ ସାକ୍ଷ୍ୟ ଗ୍ରହଣ ସରି ନଥିବାରୁ ଏହା ମୁଲତବୀ ରଖାଯାଇଥିଲା। ଶୁକ୍ରବାର ବଣ୍ଟିଙ୍କ ସାକ୍ଷ୍ୟ ଗ୍ରହଣ ସମାପ୍ତ ହୋଇଥିଲା। ଅନ୍ୟ ସାକ୍ଷୀ ଏଫ୍‌ଆଇଆର ଲେଖିଥିବା ଭାସ୍କର ମେହେର ଓ ମୃତ ମମିତାଙ୍କ ବଡବାପା କୌଶିକ ମେହେର କୋର୍ଟରେ ହାଜର ହୋଇଥିଲେ। ଭାସ୍କର ମେହେରଙ୍କ ସାକ୍ଷ୍ୟ ଗ୍ରହଣ ସରିଥିବା ଜଣାପଡିଛି। କୌଶିକ ମେହେରଙ୍କ ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ କୋର୍ଟରୁମ୍‌ ଭିତରେ ବଲାଙ୍ଗୀର ଏସପି କୁଶଲକରଙ୍କ ଉପସ୍ଥିତିକୁ ନେଇ ପ୍ରତିପକ୍ଷ ଓକିଲ ପାଢ଼ୀ ଆପତ୍ତି ଉଠାଇଥିଲେ। ଫଳରେ ଚତୁର୍ଥ ସାକ୍ଷୀ କୌଶିକଙ୍କ ସାକ୍ଷ୍ୟ ଗ୍ରହଣ ସମ୍ପୂର୍ଣ୍ଣ ହୋଇପାରିନଥିବା ଜଣାପଡିଛି। ମମିତା ମେହେର ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବା ପରେ ପୁଣି ଥରେ ଏହି ହତ୍ୟାକାଣ୍ଡ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri