ସୁଭଦ୍ରା ଯୋଜନା ନିୟମାବଳୀକୁ ନେଇ ଉଠିଲା ଆପତ୍ତି

ବାଲିକୁଦା,୫ା୯(ତାପସ ସ୍ବାଇଁ):ସୁଭଦ୍ରା ଯୋଜନା ନିୟମାବଳୀକୁ ନେଇ ଜଗତ୍‌ସିଂହପୁର ଜିଲାପାଳଙ୍କୁ ଅଳାଭର ସରପଞ୍ଚ ମଧୁଛନ୍ଦା ସ୍ବାଇଁ ବୁଧବାର ଆପତ୍ତି କରିଛନ୍ତି। ତାଙ୍କ ଅଭିଯୋଗ ମୁତାବକ ସରକାର ଆରମ୍ଭ କରିଥିବା ସୁଭଦ୍ରା ଯୋଜନା ପାଇଁ ମହିଳାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଥମତଃ ଆଧାର ସଂଶୋଧନ ବା ବିବାହିତା ମହିଳାଙ୍କର ବାପାଙ୍କ ନାମ ଜାଗାରେ ସ୍ବାମୀଙ୍କ ନାମ ଯୋଡ଼ା ଯିବା ଓ କେତେଜଣ ମହିଳାଙ୍କ ବୟସ ଆଧାର କାର୍ଡରେ ୬୦ ପୂରିଥିବା ସ୍ଥଳେ ଭୋଟର ପରିଚୟ ପତ୍ରରେ ୬୦ ତଳକୁ ରହିଛି। ଏପରି ସ୍ଥଳେ ସେହି ମହିଳାମାନେ ନା ସୁଭଦ୍ରା ଯୋଜନାରେ ନିଜକୁ ସାମିଲ କରି ସରାକାରୀ ଯୋଜନା ହାତେଇ ପାରୁଛନ୍ତି ନା ବାର୍ଦ୍ଧକ୍ୟ ଭତ୍ତା। ସେହିପରି ବିଭିନ୍ନ ଆଧାର ଓ ଜନସେବା କେନ୍ଦ୍ରରେ ଅସମ୍ଭବ ଭିଡ଼କୁ ଦେଖି ସ୍ବାଇଁ ତାଙ୍କ ପଞ୍ଚାୟତର ଡାକଘରେ ଏହି ସୁବିଧା ଯୋଗାଇ ଦେଇ ମହିଳାମାନଙ୍କ ସମସ୍ୟା ଦୂର କରିବାକୁ ନିବେଦନ କରିଛନ୍ତି। ନିଜ ପଞ୍ଚାୟତରେ ୧ହଜାରରୁ ବେଶି ମହିଳା ବା ୨୧ ବର୍ଷରୁ ଊର୍ଦ୍ଧ୍ୱ ବୟସର ଯୁବତୀମାନେ ଏହି ଯୋଜାନରେ ଅନ୍ତର୍ଭୁକ୍ତ ହେବାକୁ ରହିଛନ୍ତି। ତେବେ ଡାକଘରେ ସେହି ସୁବିଧା ଯୋଗାଇବା ନିମନ୍ତେି ସେ ଜିଲାପାଳଙ୍କୁ ନିବେଦନ କରି ସହଯୋଗ ଚାହିଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri