ସୋସିଆଲ ମିଡ଼ିଆରେ ଅପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ଏତଲା

ଅତାବିରା,୧୨।୫(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଅତାବିରା ବ୍ଳକ ସଭାପତି ବୀରେନ୍ଦ୍ର କରଙ୍କ ବିରୋଧରେ ସୋସିଆଲ ମିଡ଼ିଆରେ ଆପତ୍ତିଜନକ ମନ୍ତବ୍ୟକୁ ନେଇ ଅତାବିରା ଥାନାରେ ଏକ ଅଭିଯୋଗ ହୋଇଛି। ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଛି l

ଏ ନେଇ କୃଷକ ସଂଗଠନର ସଦସ୍ୟଙ୍କ ଉପସ୍ଥିତିରେ ସଭାପତି କର ଥାନା ଅଧିକାରୀ ପ୍ରକାଶ କର୍ଣ୍ଣଙ୍କୁ ଲିଖିତ ଭାବେ ଅଭିଯୋଗ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏ ନେଇ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ଥାନା ଆଇଆଇସି ପ୍ରକାଶ କର୍ଣ୍ଣ ସୂଚନା ଦେଇଛନ୍ତି।

ବିବାଦୀୟ ମନ୍ତବ୍ୟ ଆସିଥିବା ମୋବାଇଲ ନମ୍ବରଟି ବର୍ତ୍ତମାନ ଚାଲୁ ନ ଥିବା ବେଳେ କେବଳ ୱାଟ୍‌ଅପ୍ପ ଚାଟିଂ ହୋଇପାରୁଛି।

ଚାଷୀଙ୍କ ସମସ୍ୟାକୁ ନେଇ ବିଭିନ୍ନ ସମୟରେ ସଭାପତି କର ଆନ୍ଦୋଳନ କରି ଜେଲ ଯିବା ସହ ତାଙ୍କ ନାମରେ ୧୫ରୁ ଊଦ୍ଧର୍‌ବ ମାମଲା ରହିଛି। ଯଦି ଅଭିଯୁକ୍ତଙ୍କ ସତ ସାହସ ଅଛି ତେବେ ସାମ୍ନାକୁ ଆସନ୍ତୁ ବୋଲି ସଭାପତି କର ଆହ୍ବାନ ଦେଇଛନ୍ତି।

ଏପରିକି ଆପତ୍ତି ମନ୍ତବ୍ୟକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ଓ ନିନ୍ଦା କରାଯାଇଛି। ଅନ୍ୟପକ୍ଷେ ଚାଷ ଓ ଚାଷୀଙ୍କ ସମସ୍ୟା ନେଇ ଆଗାମୀ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିବ ବୋଲି ସଭାପତି କର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?