ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର,୩୧ା୧୦(ସୁନିତ୍‌ ମିଶ୍ର): ଯାତ୍ରାରେ ଆଉ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ହେଇପାରିବନାହିଁ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଥିବାରୁ ଏହାକୁ ନେଇ ବିଭିନ୍ନ ପ୍ରକାର ବିଶୃଙ୍ଖଳା ସୃଷ୍ଟିହେଉଛି। ଏହାକୁ ରୋକିବା ଲାଗି ରାଜ୍ୟ ସରକାର କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ କରିବା ପାଇଁ ଖୁବ୍‌ଶୀଘ୍ର ଆଇନ ଅଣାଯିବ। ସରକାର ଏହାକୁ ସମ୍ବେଦନଶୀଳ ପ୍ରସଙ୍ଗ ଭାବେ ଗ୍ରହଣ କରିଛନ୍ତି। ଏହାକୁ ନେଇ ବିଚାରବିମର୍ଶ ଚାଲିଛି। ଯାତ୍ରା ପାର୍ଟି ମାଲିକଙ୍କ ସହ ଏନେଇ ଆଲୋଚନା ହେବ ବୋଲି ପୃଥ୍ବୀରାଜ କହିଛନ୍ତି। ସୂଚନାରୁ ପ୍ରକାଶ, ଗତ କିଛିଦିନ ହେଲା ଯାତ୍ରା ଦର୍ଶକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରକ୍ଷଣଶୀଳ ବ୍ୟକ୍ତି ନିଜ ପରିବାର ଲୋକଙ୍କ ସହ ଯାତ୍ରା ଦେଖିବାକୁ ଆସୁଛନ୍ତି। ହେଲେ ନାଟକ ଆରମ୍ଭ ପୂର୍ବରୁ ହେଉଥିବା ଅଶ୍ଳୀଳ ନୃତ୍ୟକୁ ନେଇ ଅନେକ ସମୟରେ ବିବାଦ ଦେଖାଦେଉଛି। ରାଜ୍ୟ ସରକାରଙ୍କ କଡ଼ା ତାଗିଦ ସତ୍ତ୍ୱେ କେତେକ ଅନୁଷ୍ଠାନ ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରାଉଛନ୍ତି।
ଅନ୍ୟପକ୍ଷରେ ରାଜ୍ୟର ମଦ ବାର୍‌ଗୁଡ଼ିକରେ ହେଉଥିବା ଡ୍ୟାନ୍ସ ଉପରେ ସରକାର ରୋକ ଲଗାଇଥିଲେ। ଏଥିରେ ସରକାର କୋହଳ ହୋଇ ମଦ ବାର୍‌ଗୁଡ଼ିକରେ ସଙ୍ଗୀତଭିତ୍ତିକ କାଯର୍ର୍‌ୟକ୍ରମ ପରିବେଷଣ ପାଇଁ କେତେକ ସର୍ତ୍ତ ରଖି ଅନୁମତି ଦେଇଛନ୍ତି। ହେଲେ ବାର୍‌ଗୁଡ଼ିକରେ ନୃତ୍ୟକୁ ପୂର୍ବଭଳି ବାରଣ କରାଯାଇଥିବାବେଳେ କେବଳ ଗୀତ ଓ ବାଦ୍ୟଯନ୍ତ୍ର ପରିବେଷଣକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri