ରାମାୟଣ ନାଟକରେ ଅଶ୍ଳିଳତା ପ୍ରଦର୍ଶନ ମାମଲା: ଥାନାରେ ହାଜର ହେଲେ ୧୦ରୁ ଊର୍ଦ୍ଧ୍ୱ କଳାକାର-କମିଟି ସଦସ୍ୟ

ଦିଗପହଣ୍ଡି,୧୯।୧୧(ଅଶେଷ ନାଥ ମିଶ୍ର): ଗତ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା ଉପଲକ୍ଷେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମରେ ପ୍ରତିଯୋଗିତାମୂଳକ ୨ ଟି ନାଟ୍ୟ ଅନୁଷ୍ଠାନ ପକ୍ଷରୁ ପୈାରାଣିକ ରାମାୟଣ ନାଟକ ରେ ଅଶ୍ଳିଳତା ପ୍ରଦର୍ଶନ ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଖଲ୍ଲିକୋଟ ନିକଟ ଚିକିଲି ଗ୍ରାମର ରାମାୟଣ ନାଟକ ଅନୁଷ୍ଠାନର ୪ କଳାକାରଙ୍କ ସମେତ ଯାତ୍ରା କମିଟିର ୬ ରୁ ଊଦ୍ଧର୍‌ବ ସଦସ୍ୟଙ୍କୁ ପୋଲିସ ଥାନାକୁ ଡ଼ାକି ପଚରାଉଚରା କରାଯାଉଥିବା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।

ପ୍ରକାଶ ଯେ, ମଞ୍ଚସ୍ଥ ହୋଇଥିବା ନାଟକରେ ରାବଣ ଭୂମିକା ରେ ଅଭିନୟ କରିଥିବା କଳାକାରଜଣଙ୍କ ଆଧ୍ୟାତ୍ମିକ ଓ ପୌରାଣିକ କଥାବସ୍ତୁ ରାମାୟଣ ଭଳି ପବିତ୍ର ଗ୍ରନ୍ଥ କୁ ଅପମାନିତ କରି ବେଦମତି ଓ ସୀତା ହରଣ ଦୃଶ୍ୟରେ ଅତ୍ୟନ୍ତ ଅଶ୍ଳିଳ ଅଙ୍ଗଭଙ୍ଗୀ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ଗଞ୍ଜାମ ଜିଲା ନାଟ୍ୟ ନିର୍ଦ୍ଦେଶକ ସଂଘ ସଭାପତି ରାଜ ଗୋପାଳ ପାଢ଼ୀ ଘଟଣାକୁ ବିରୋଧ କରି ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୪୧୯/୨୫ ବିଏନ୍‌ଏସ୍‌ର ଦଫା – ୨୯୯/୨୯୬/୩୫୨/୩(ଆଇ) ଏବଂ ରିପ୍ରେଜେଣ୍ଟେସନ ପ୍ରିଭେନ୍ସନ ଆକ୍ଟ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିଲା।ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଘଟଣାର ତଦନ୍ତ ଚଳାଇଥିବା ଜଣାପଡ଼ିଛି। ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ ରାମାୟଣ ନାଟକ ଅନୁଷ୍ଠାନର କୌଣସି କଳାକାର ଥାନାରେ ପହଞ୍ଚି ନଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri