Posted inଜାତୀୟ

ଓଟିଟିରେ ଅଶ୍ଳୀଳତା: ଅଙ୍କୁଶ ଲଗାଯାଉ

ନୂଆଦିଲ୍ଲୀ,୨୯ା୪: ଓଟିଟି ଏବଂ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକରେ ଆପତ୍ତିଜନକ ଏବଂ ଅଶ୍ଳୀଳ ଭିଡିଓ ଆଦି ପ୍ରସାରଣକୁ ନିଷିଦ୍ଧ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଉଦୟ ମହୁରକର ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଅଶାଳୀନ ବିଷୟବସ୍ତୁଗୁଡ଼ିକର ଅବାଧ ପ୍ରସାର ସ୍ବାଭାବିକ ଭାବେ ଚିନ୍ତାଜନକ ବୋଲି ମହୁରକରଙ୍କ ତରଫରୁ ଆଇନଜୀବୀ ବିଷ୍ଣୁଶଙ୍କର ଜୈନ ଅଦାଲତଙ୍କୁ କହିଛନ୍ତି।

ଏଭଳି ଯୌନ ଶୋଷଣକାରୀ ଭିଡିଓ ଯୁବବର୍ଗ ଓ ଛୋଟ ପିଲାମାନଙ୍କ ମାନସିକତାକୁ ଦୂଷିତ କରିବା ସହ ବିକୃତ ପ୍ରବୃତ୍ତି ବଢ଼ାଉଛି ଏବଂ ଅପରାଧ ହାର ବୃଦ୍ଧି ପାଉଛି। ଏଭଳି ବିଷୟବସ୍ତୁ ପ୍ରସାରଣକୁ ରୋକା ନ ଗଲେ ସାମାଜିକ ମୂଲ୍ୟବୋଧ, ମାନସିକ ସ୍ବାସ୍ଥ୍ୟ ଏବଂ ସର୍ବସାଧାରଣ ନିରାପତ୍ତା ଉପରେ ଗମ୍ଭୀର ପ୍ରଭାବ ପଡ଼ିପାରେ ବୋଲି ମହୁରକର ତାଙ୍କ ପିଟିଶନ୍‌ରେ ଦର୍ଶାଇଛନ୍ତି। ଜବାବରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, କେତେକ ନିୟମାବଳୀ କାର୍ଯ୍ୟକାରୀ ହୋଇଥିବାବେଳେ ଅନ୍ୟ କେତେକ ବିଚାରାଧୀନ ରହିଛି। କେତେକ ବିଷୟବସ୍ତୁ ଏତେ ବିକୃତ ଯେ, ୨ ଜଣ ସମ୍ମାନିତ ବ୍ୟକ୍ତି ଏକାଠି ବସି ଏହାକୁ ଦେଖିପାରିବେ ନାହିଁ। ୧୮ ବର୍ଷରୁ ଊର୍ଦ୍ଧ୍ୱ ସତର୍କ ସୂଚନା ସତ୍ତ୍ୱେ ବଳିଷ୍ଠ ପ୍ରତିକାର ବ୍ୟବସ୍ଥା ରହିବା ଆବଶ୍ୟକ ବୋଲି ମେହେଟ୍ଟା ସ୍ବୀକାର କରିଛନ୍ତି। ଏଭଳିସ୍ଥଳେ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ସମେତ ନେଟ୍‌ଫ୍ଲିକ୍ସ, ଆମାଜନ ପ୍ରାଇମ୍‌, ଉଲ୍ଳୁ, ଏଏଲ୍‌ଟିଟି, ଏକ୍ସ, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌, ୟୁଟ୍ୟୁବ୍‌ ଏବଂ ଅନ୍ୟାନ୍ୟ ପ୍ଲାଟ୍‌ଫର୍ମକୁ ନୋଟିସ ଜାରି କରି ସେମାନଙ୍କୁ ସବିଶେଷ ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?