୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ,୧୯।୮(ଡି.ଏନ.ଏ.): ସୁନ୍ଦରଗଡ଼ଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ଡାକରା ସା ୬ଟା ପର୍ଯ୍ୟନ୍ତ ଚାଲିବ। ଏହି ବନ୍ଦ ପାଳନ ଯୋଗୁ ଯାନବାହନ ଏବଂ ଦୋକାନ ବଜାର ବନ୍ଦ ରହିଛି। ପଶ୍ଚିମ ଓଡ଼ିଶା ଯୁବ ମଞ୍ଚ କାର୍ଯ୍ୟକର୍ତ୍ତା ବିଜୁ ଏକ୍ସପ୍ରେସ ୱେର ରାଣୀ ବଗିଚା ବାଇପାସ , କିରେଇ ବାଇପାସ ଓ କଲେଜ ବାଇପାସ୍‌ଠାରେ ରାସ୍ତା ଅବରୋଧ କରିଛନ୍ତି। ଯାହା ଫଳରେ ରାଉରକେଲା ଏବଂ ଝାରସୁଗୁଡ଼ା ପଟକୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ବନ୍ଦ ଯୋଗୁ ସହରର ଦୋକାନ ବଜାର ବନ୍ଦ ଥିବା ବେଳେ ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିଛି ।
ସୂଚନାଯୋଗ୍ୟ, ସୁନ୍ଦରଗଡ଼ଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ସ୍ଥାନୀୟ ଡିଆରଡିଏ ଛକଠାରେ ଗତ ୧୬ ତାରିଖ ଠାରୁ ଚାଲିଥିବା ଆମରଣ ଅନଶନ କରିଆସୁଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଜିଲା ପ୍ରଶାସନ କିମ୍ବା ସରକାରଙ୍କ ତରଫରୁ ଆଲୋଚନା ପାଇଁ କୌଣସି ପ୍ରସ୍ତାବ ଆସି ନ ଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଆନ୍ଦୋଳନକୁ ସମର୍ଥନ ଜଣାଇ ଗୁରୁବାର ସମସ୍ତ ସଙ୍ଗଠନ ଯଥା, ବସ, ଟ୍ରକ ମାଲିକ ସଂଘ, ଓକିଲ, ସାମ୍ବାଦିକ ସଂଘ, ବରିଷ୍ଠ ନାଗରିକ, ବ୍ୟବସାୟୀ ସଂଘ, ଟେମ୍ପୁ, କମାଣ୍ଡର ସଂଘ, ସମସ୍ତ ଜନସାଧାରଣ, ଧାର୍ମିକ ସଙ୍ଗଠନର କର୍ମକର୍ତ୍ତାମାନେ ଅପରାହ୍ନରେ ଅନଶନସ୍ଥଳରେ ପହଞ୍ଚତ୍ଥିଲେ। ଏଠାରେ ଅନୁଷ୍ଠିତ ବୈଠକରେ ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା ହୋଇଥିଲା। ଏଥିରେ ବିଭିନ୍ନ ରାଜନୈତିକ ଦଳ, ବିଭିନ୍ନ ସଙ୍ଗଠନର କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ବୈଠକରେ ସର୍ବସମ୍ମତି ନିଷ୍ପତ୍ତି କ୍ରମେ ଶୁକ୍ରବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri