ଅଭିଜ୍ଞତାସମ୍ପନ୍ନ ଏସ୍‌ଓପି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା ହେଉଛି ବିପର୍ଯ୍ୟୟ ପରିଚାଳନାର ମୂଳନୀତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗୀଦାରିମୂଳକ ହେବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ଭିଡିଓ କନଫରେନ୍ସରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନକୁ ଅଭିଜ୍ଞତାସମ୍ପନ୍ନ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁର(ଏସ୍‌ଓପି) ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଅନେକ ବିପଦର ସମ୍ମୁଖୀନ ହେଉଥିଲେ ମଧ୍ୟ ଆମେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ରହିଛୁ। ଗତବର୍ଷ ଫନୀ ଓ ବୁଲ୍‌ବୁଲ୍‌ ଭଳି ବାତ୍ୟା ସହିତ ବନ୍ୟା, ବର୍ଷା ଏବଂ ଅନେକ ସ୍ଥାନୀୟ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡିଥିଲା। ଚଳିତ ବର୍ଷ ମଧ୍ୟ ଉତ୍ତର ଉପକୂଳ ଜିଲାଗୁଡ଼ିକ ମେ ମାସ ତୃତୀୟ ସପ୍ତାହରେ ବାତ୍ୟା ଅମ୍ଫନ ଦ୍ୱାରା ପ୍ରଭାବିତ ହୋଇଥିଲା। ଓଡ଼ିଶାର ଜନସାଧାରଣଙ୍କ ସହଯୋଗରେ ଆମେ କେବଳ ଏହି ସବୁ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ସଫଳ ହୋଇ ନାହୁଁ, ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗକୁ ମଧ୍ୟ ବିପଦ ସମୟରେ ସହାୟତା ଯୋଗାଇ ଦେଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସି ପାରେ। ଏହି ସବୁ ପାଇଁ ଆମର ପ୍ରସ୍ତୁତି ଦରକାର ବୋଲି ସେ କହିଛନ୍ତି।
ଗତ ୩ ମାସ ଧରି କୋଭିଡ୍‌-୧୯ ମହାମାରୀ ଜନସାଧାରଣଙ୍କ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି। ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡ଼ିଶା ଆଜି ଏ କ୍ଷେତ୍ରରେ ଭଲ ପରିସ୍ଥିତିରେ ରହିଛି। ଏହି ପରିସ୍ଥିତିରେ କୋଭିଡ ମୁକାବିଲାରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କୋଭିଡଠାରୁ ଆରମ୍ଭ କରି ଅମ୍ଫନ, ବୁଲବୁଲ, ପଙ୍ଗପାଳ ପର୍ଯ୍ୟନ୍ତ ବିଭିନ୍ନ ଦୁର୍ବିପାକ ନିରାକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଭିଡିଓ କନଫରେନ୍ସରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ରାଜ୍ୟ ସରକାର ଫେଲ୍‌ ମାରିଛନ୍ତି। କାଗଜପତ୍ରରେ ବିପର୍ଯ୍ୟୟ ପରିଚାଳନା ହେଉଛି। କଳାହାଣ୍ଡି, ବଲାଙ୍ଗୀର ଜିଲାରେ ସବୁବେଳେ ମରୁଡି ହେଉଛି। ତେଲ ଓ ଉଦନ୍ତୀ ନଦୀରେ ବ୍ୟାରେଜ କରାଗଲେ ବିଦ୍ୟୁତ୍‌ ଉତ୍ପାଦନ ହେବା ସହ କୃଷି କ୍ଷେତ୍ରକୁ ଜଳସେଚନ କରିବାକୁ ଦାବି କରିଛନ୍ତି।
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଯୋଗ ଦେଇ ବଲାଙ୍ଗୀର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର କହିଛନ୍ତି, ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଯେଉଁସବୁ ଯୋଜନା ହାତକୁ ନେଇଛନ୍ତି ତାହା ପ୍ରଶଂସନୀୟ। ଗତବର୍ଷ ଅଗଷ୍ଟ ୧୩ ତାରିଖ ଜିଲାରେ ହୋଇଥିବା ବନ୍ୟାର ପୁନର୍ବିନ୍ୟାସ ପାଇଁ ଜଳ ସେଚନ ବିଭାଗକୁ ମାଗିଥିବା ୨୩ କୋଟି ଟଙ୍କାରୁ ମାତ୍ର ୮୬ ଲକ୍ଷ ଟଙ୍କା ମିଳିଥିବା ବେଳେ ଡିଆରଡିଏ ପକ୍ଷରୁ ୧୪ ବ୍ଲକ ପାଇଁ ୫୦ କୋଟି ୯୦ ଲକ୍ଷ ୪୭ ହଜାର ୫୦୦ ଟଙ୍କା ମଗାଯାଇଥିବା ବେଳେ ମିଳିଥିଲା ମାତ୍ର ୨୧,୩୪,୦୭୭ ଟଙ୍କା। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ ୩୯,୬୬,୮୬୦୦୦ ଟଙ୍କା ମାଗିଥିବା ବେଳେ ମିଳିଛି ମାତ୍ର ୨୭,୩୨, ୨୦୦ ଟଙ୍କା। ଏଥିରୁ ବଲାଙ୍ଗୀର ଜିଲା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ସ୍ପଷ୍ଟ ପ୍ରମାଣ ମିଳୁଛି ବୋଲି ନରସିଂହ ଅଭିଯୋଗ କରିଥିଲେ।
ଜୁନ୍‌ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଥିବା ବେଳେ ଟେଲି ଯୋଗାଯୋଗ ସୁବିଧା ନ ଥିବା ବନ୍ୟାପ୍ରବଣ ଅଞ୍ଚଳରେ ୧୫ ଅସ୍ଥାୟୀ ଭିଏଚ୍‌ଏଫ୍‌ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି। ୨୦ ଓଡ୍ରାଫ ଟିମ୍‌କୁ ଆବଶ୍ୟକ ସହାୟତା ସହିତ ପ୍ରସ୍ତୁତ ରଖାଯାଇଛି। ବିଭିନ୍ନ ନଦୀବନ୍ଧରେ ୪୯ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି। ସହରାଞ୍ଚଳରେ ବର୍ଷା ଓ ବନ୍ୟାଜଳ ନିଷ୍କାସନ ପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟରେ ୮୭୯ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଯାଞ୍ଚ କରାଯାଇ ୭୯୬ଟିର ମରାମତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri