ଅଭିଜ୍ଞତାସମ୍ପନ୍ନ ଏସ୍‌ଓପି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା ହେଉଛି ବିପର୍ଯ୍ୟୟ ପରିଚାଳନାର ମୂଳନୀତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗୀଦାରିମୂଳକ ହେବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ଭିଡିଓ କନଫରେନ୍ସରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନକୁ ଅଭିଜ୍ଞତାସମ୍ପନ୍ନ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁର(ଏସ୍‌ଓପି) ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଅନେକ ବିପଦର ସମ୍ମୁଖୀନ ହେଉଥିଲେ ମଧ୍ୟ ଆମେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ରହିଛୁ। ଗତବର୍ଷ ଫନୀ ଓ ବୁଲ୍‌ବୁଲ୍‌ ଭଳି ବାତ୍ୟା ସହିତ ବନ୍ୟା, ବର୍ଷା ଏବଂ ଅନେକ ସ୍ଥାନୀୟ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ପଡିଥିଲା। ଚଳିତ ବର୍ଷ ମଧ୍ୟ ଉତ୍ତର ଉପକୂଳ ଜିଲାଗୁଡ଼ିକ ମେ ମାସ ତୃତୀୟ ସପ୍ତାହରେ ବାତ୍ୟା ଅମ୍ଫନ ଦ୍ୱାରା ପ୍ରଭାବିତ ହୋଇଥିଲା। ଓଡ଼ିଶାର ଜନସାଧାରଣଙ୍କ ସହଯୋଗରେ ଆମେ କେବଳ ଏହି ସବୁ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ସଫଳ ହୋଇ ନାହୁଁ, ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗକୁ ମଧ୍ୟ ବିପଦ ସମୟରେ ସହାୟତା ଯୋଗାଇ ଦେଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜୁନ୍‌ରୁ ଅକ୍ଟୋବର ପର୍ଯ୍ୟନ୍ତ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସି ପାରେ। ଏହି ସବୁ ପାଇଁ ଆମର ପ୍ରସ୍ତୁତି ଦରକାର ବୋଲି ସେ କହିଛନ୍ତି।
ଗତ ୩ ମାସ ଧରି କୋଭିଡ୍‌-୧୯ ମହାମାରୀ ଜନସାଧାରଣଙ୍କ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି। ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡ଼ିଶା ଆଜି ଏ କ୍ଷେତ୍ରରେ ଭଲ ପରିସ୍ଥିତିରେ ରହିଛି। ଏହି ପରିସ୍ଥିତିରେ କୋଭିଡ ମୁକାବିଲାରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କୋଭିଡଠାରୁ ଆରମ୍ଭ କରି ଅମ୍ଫନ, ବୁଲବୁଲ, ପଙ୍ଗପାଳ ପର୍ଯ୍ୟନ୍ତ ବିଭିନ୍ନ ଦୁର୍ବିପାକ ନିରାକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଭିଡିଓ କନଫରେନ୍ସରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ରାଜ୍ୟ ସରକାର ଫେଲ୍‌ ମାରିଛନ୍ତି। କାଗଜପତ୍ରରେ ବିପର୍ଯ୍ୟୟ ପରିଚାଳନା ହେଉଛି। କଳାହାଣ୍ଡି, ବଲାଙ୍ଗୀର ଜିଲାରେ ସବୁବେଳେ ମରୁଡି ହେଉଛି। ତେଲ ଓ ଉଦନ୍ତୀ ନଦୀରେ ବ୍ୟାରେଜ କରାଗଲେ ବିଦ୍ୟୁତ୍‌ ଉତ୍ପାଦନ ହେବା ସହ କୃଷି କ୍ଷେତ୍ରକୁ ଜଳସେଚନ କରିବାକୁ ଦାବି କରିଛନ୍ତି।
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଯୋଗ ଦେଇ ବଲାଙ୍ଗୀର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର କହିଛନ୍ତି, ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଯେଉଁସବୁ ଯୋଜନା ହାତକୁ ନେଇଛନ୍ତି ତାହା ପ୍ରଶଂସନୀୟ। ଗତବର୍ଷ ଅଗଷ୍ଟ ୧୩ ତାରିଖ ଜିଲାରେ ହୋଇଥିବା ବନ୍ୟାର ପୁନର୍ବିନ୍ୟାସ ପାଇଁ ଜଳ ସେଚନ ବିଭାଗକୁ ମାଗିଥିବା ୨୩ କୋଟି ଟଙ୍କାରୁ ମାତ୍ର ୮୬ ଲକ୍ଷ ଟଙ୍କା ମିଳିଥିବା ବେଳେ ଡିଆରଡିଏ ପକ୍ଷରୁ ୧୪ ବ୍ଲକ ପାଇଁ ୫୦ କୋଟି ୯୦ ଲକ୍ଷ ୪୭ ହଜାର ୫୦୦ ଟଙ୍କା ମଗାଯାଇଥିବା ବେଳେ ମିଳିଥିଲା ମାତ୍ର ୨୧,୩୪,୦୭୭ ଟଙ୍କା। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ ୩୯,୬୬,୮୬୦୦୦ ଟଙ୍କା ମାଗିଥିବା ବେଳେ ମିଳିଛି ମାତ୍ର ୨୭,୩୨, ୨୦୦ ଟଙ୍କା। ଏଥିରୁ ବଲାଙ୍ଗୀର ଜିଲା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ସ୍ପଷ୍ଟ ପ୍ରମାଣ ମିଳୁଛି ବୋଲି ନରସିଂହ ଅଭିଯୋଗ କରିଥିଲେ।
ଜୁନ୍‌ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଥିବା ବେଳେ ଟେଲି ଯୋଗାଯୋଗ ସୁବିଧା ନ ଥିବା ବନ୍ୟାପ୍ରବଣ ଅଞ୍ଚଳରେ ୧୫ ଅସ୍ଥାୟୀ ଭିଏଚ୍‌ଏଫ୍‌ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି। ୨୦ ଓଡ୍ରାଫ ଟିମ୍‌କୁ ଆବଶ୍ୟକ ସହାୟତା ସହିତ ପ୍ରସ୍ତୁତ ରଖାଯାଇଛି। ବିଭିନ୍ନ ନଦୀବନ୍ଧରେ ୪୯ଦୁର୍ବଳ ସ୍ଥାନ ଚିହ୍ନଟ କରାଯାଇଛି। ସହରାଞ୍ଚଳରେ ବର୍ଷା ଓ ବନ୍ୟାଜଳ ନିଷ୍କାସନ ପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟରେ ୮୭୯ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ଯାଞ୍ଚ କରାଯାଇ ୭୯୬ଟିର ମରାମତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri