ଜବରଦଖଲ: ଜଳ ନିଷ୍କାସନରେ ବାଧା, ଫସଲହାନି

ପଟ୍ଟାମୁଣ୍ଡାଇ, ୨୬ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ବହୁ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡ଼ି ବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡ଼ି ରହୁଛି। ଅଳଭା ଘେରିରୁ ଜଳ ନିଷ୍କାସନ ପାଇଁ ବ୍ରିଟିଶ ଅମଳରୁ ହୋଇଥିବା ସାଇଫନ ଜବରଦଖଲ ହୋଇଯାଇଛି। ଅଳଭାଠାରେ ଥିବା ଜଳ ବିଶୋଧନ କାରଖାନାରୁ ନିର୍ଗତ ବର୍ଜ୍ୟଜଳ ନିଷ୍କାସନ ହୋଇ ନ ପାରି ବିଲ ବାଡିରେ ମାଡୁଛି। ଫଳରେ ଅଳଭା ଗ୍ରାମରେ ବସବାସ କରୁଥିବା ଶତାଧିକ ପରିବାର ନାହଁି ନ ଥିବା ଅସୁବିଧା ଭୋଗ କରୁଛନ୍ତି। ସଦାବେଳେ ବାଡିବଗିଚା ସନ୍ତସନ୍ତିଆ ରହିଥିବାରୁ ସଂକ୍ରମଣ ଆଶଙ୍କା ରହୁଛି। ଏ ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ସ୍ଥାନୀୟ ତହସିଲ କି ଜଳନିକାଶ ବିଭାଗ କର୍ଣ୍ଣପାତ କରୁ ନାହାନ୍ତି, ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଆଇନଜୀବୀ ସୁଶୀଲ ଦାଶ କହିଛନ୍ତି, ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ୧୬ ନଂ. ଓାର୍ଡ ଅଳଭା ଗ୍ରାମ ଚତୁଃପାର୍ଶ୍ୱରେ ବ୍ରିଟିଶ ଅମଳରୁ ବ୍ରାହ୍ମଣୀ ଘେରିବନ୍ଧ ଓ ଗୋବରୀ କେନାଲ ଏବଂ ପଟ୍ଟାମୁଣ୍ଡାଇ କେନାଲ ବନ୍ଧ ଘେରି ରହିଛି। ଏହି ଘେରିର ଉଦ୍‌ବୃତ୍ତ ବର୍ଷାଜଳ ନିଷ୍କାସନ ପାଇଁ ବ୍ରିଟିଶ ସରକାର ଗୋବରୀ କେନାଲ ତଳେ ଏକ ସାଇଫନ ନିର୍ମାଣ କରିଥିଲେ। ଉଦ୍‌ବୃତ୍ତ ଜଳ ଏହି ସାଇଫନରେ ନୟନ ଯୋରି ଦେଇ ନିଷ୍କାସିତ ହେଉଥିଲା। ମାତ୍ର କିଛିବର୍ଷ ହେବ କେତେଜଣ ବ୍ୟକ୍ତି ଉକ୍ତ ଯୋର ଉପରେ ମାଟି ପକାଇ ଘର ନିର୍ମାଣ କରି ରହୁଥିବାରୁ ସାଇଫନ ଜଳ ନିଷ୍କାସନ ପଥ ବନ୍ଦ ପଡିଛି। ଫଳରେ ଗ୍ରାମର ବହୁ ଏକର ଜମିବାଡ଼ି ପାଣିରେ ବୁଡ଼ି ନଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଉକ୍ତ ଯୋର ଜବରଦଖଲ ଯୋଗୁ ସମସ୍ୟା ସୃଷ୍ଟି ହେଉଛି ବୋଲି ସ୍ଥାନୀୟ ବାସିନ୍ଦା ମତବ୍ୟକ୍ତ କରିଛନ୍ତି। ଶିକ୍ଷାବିତ୍‌ ଗୋଲେଖ ଜେନା କହିଛନ୍ତି, ଯୋରଟି ଜଳସେଚନ ବିଭାଗ ଅଧୀନରେ ରହିଥିବା ବେଳେ ଏହାର ଠିକ୍‌ ଭାବେ ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ କାଳକ୍ରମେ ଜବରଦଖଲ ହୋଇଗଲାଣି। ଫଳରେ ଉଦ୍‌ବୃତ୍ତ ବର୍ଷାଜଳ ନିଷ୍କାସିତ ହୋଇପାରୁନାହିଁ। ସେହିପରି ରାଜ୍ୟ ସରକାର ୨୦୧୮-୨୦୧୯ରେ ଏହି ଘେରି ମଧ୍ୟରେ ଜଳ ବିଶୋଧନ କାରଖାନା ନିର୍ମାଣ କରିଛନ୍ତି। ସେଠାରୁ ବାହାରୁଥିବା ବର୍ଜ୍ୟଜଳ ନିଷ୍କାସନ ହୋଇ ନ ପାରି ବିଲବାଡିରେ ମାଡୁଛି। ବର୍ଷାଦିନେ ସାଇଫନରେ ପାଣି ନିଷ୍କାସନ ହୋଇପାରୁ ନ ଥିବାରୁ ବର୍ଷା ଜଳ ଘରେ ପଶୁଛି। ଖରାଦିନିଆ ପନିପରିବା ଫସଲ ହେଉନାହଁି। ବର୍ଷାଦିନରେ ଗ୍ରାମବାସୀଙ୍କ ଦୁଃଖର କାରଣ ପାଲଟିଛି। ଯୋର ଜବରଦଖଲରେ ପୋତି ହେବା ଦ୍ୱାରା ସ୍ଥାନୀୟ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପୁନରୁଦ୍ଧାର କରାଗଲେ ବିଶେଷ କରି ଚାଷୀମାନେ ଉପକୃତ ହୋଇପାରିବେ। ସାମାଜିକ କର୍ମୀ ବିଜ୍ଞାନ ମିହିର ଜେନା କହିଛନ୍ତି, ପଟ୍ଟାମୁଣ୍ଡାଇ ସଦର ରାଜସ୍ବ ଅଧିକାରୀଙ୍କ ଅଧୀନ କେନାଲ ବନ୍ଧ ରାସ୍ତାପାର୍ଶ୍ୱରେ ଥିବା ଜଳ ନିଷ୍କାସନ ନୟନଯୋରିକୁ ବହୁ ଅବରୋଧକାରୀ ଅବରୋଧ କରି ରଖିଛନ୍ତି। ଅଳଭା ଗ୍ରାମର ଅବ୍ୟବହୃତ ଜଳ ଏବଂ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟର ୱେଷ୍ଟେଜ ପାଣି ସାଇଫନ ଦେଇ ନିଷ୍କାସିତ ହୋଇ ନ ପାରି ବିଲବାଡିରେ ଜମୁଛି। ଅଳ୍ପ ବର୍ଷାରେ ଏହି ଅଞ୍ଚଳ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଉଛି। ବର୍ଷାଦିନେ ବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡ଼ିକୁ କୋମଳମତି ପିଲାମାନେ ଶିକ୍ଷାଦାନ ପାଇଁ ପାଣିରେ ପଶି ଯାଉଛନ୍ତି। ସବୁବେଳେ ପାଣି ଜମି ସନ୍ତସନ୍ତିଆ ରହିବା ଫଳରେ ବହୁ ସମୟରେ ଲୋକେ ସଂକ୍ରମଣ ରୋଗରେ ଆକ୍ରାନ୍ତ ହେଉଥିବା ଦୃଷ୍ଟାନ୍ତ ମଧ୍ୟ ଅଛି। ସ୍ଥାନୀୟ ପ୍ରଶାସନ ତୁରନ୍ତ ଏହି ନୟନଯୋରିକୁ ଜବରଦଖଲକାରୀଙ୍କ କବଳରୁ ହଟାଇବା ପାଇଁ ଅଳଭା ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଜଳନିକାଶ ବିଭାଗ ଯନ୍ତ୍ରୀ ନୀହାର ରାଉତରାୟଙ୍କୁ ପଚାରିବାରେ ଯୋରଟିର ପୁନରୁଦ୍ଧାର କରିବା ଆବଶ୍ୟକତା ରହିଛି। କିନ୍ତୁ ଜବରଦଖଲ ଯୋଗୁ କିଛି କରି ହେଉନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri