Posted inଖେଳ

ଓସିଏ ଆନ୍ତଃ ଜିଲା ସିନିୟର ଟି ୨୦: କଟକ-ଏ’ ଚାମ୍ପିୟନ

ଭୁବନେଶ୍ୱର,୨୩।୧୨(ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି ୨୦ କ୍ରିକେଟ ଲିଗ୍‌ ଶେଷ ହୋଇଛି। ଏଥିରେ କଟକ ଏ’ ଚାମ୍ପିୟନ ହୋଇଛି। ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ କଟକ ଏ’ ଇକୋର୍ସାକୁ ୭ ରନରେ ପରାସ୍ତକରି ଟାଇଟଲ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା କଟକ ୧୯.୫ ଓଭରରେ ୧୩୦ ରନକରି ଅଲଆଉଟ ହୋଇଥିଲା। ଦଳ ତରଫରୁ ରାମଚନ୍ଦ୍ର ବେହେରା ୩୪, ବିପ୍ଳବ ସାମନ୍ତରାୟ ୩୨, ଦୀପକ ବେହେରା ୨୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇକୋର୍ସ ତରଫରୁ ଜୟନ୍ତ ବେହେରା, ସୂର୍ଯ୍ୟକନ୍ତ ପ୍ରଧାନ ଓ ଆଲୋକ ମଙ୍ଗରାଜ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଇକୋର୍ସା ୭ ଉଇକେଟ ହରାଇ ୧୨୩ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଦଳ ତରଫରୁ ରାଜେଶ ମହାନ୍ତି ଅପରାଜିତ ୩୫, ଅଙ୍କିତ ଯାଦବ ୨, କାମେଶ୍ୱର ବାରିକ ୨୨ ରନ ସଂଗ୍ରହ କରିଥିଲେ। ବୋଲିଂରେ କଟକ ତରଫରୁ ସୁନୀଲ ରାଉଳ ଓ ଆଶିଷ ରାୟ ୨ଟି ଲେଖାଏ ଉଇକେଟ ନେଇଥିଲେ। ମୁଖ୍ୟ ଅତିଥିଭାବେ ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା, ସଭାପତି ପଙ୍କଜ ଲୋଚନ ମହାନ୍ତି, ଉପ ସଭାପତି ଅକ୍ଷୟ କୁମାର ସାମନ୍ତ, ସମ୍ପାଦକ ସଞ୍ଜୟ ବେହେରା, କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଓ ଆପେକ୍ସ କାଉନସିଲ ସଦସ୍ୟ ସୁବାଶିସ୍‌ ସେନାପତି ଫାଇନାଲ ମ୍ୟାଚ୍‌ରେ ଯୋଗଦେଇ କଟକ ଏ’ ଦଳକୁ ଚାମ୍ପିୟନ ଟ୍ରଫି ପ୍ରଦାନ କରିଥିଲେ। ଅମ୍ପାୟର ସୁବ୍ରତ ଦାସ ଓ ଦୁର୍ଗାଦତ୍ତ ଦାସ ମ୍ୟାଚ୍‌ ପରିଚାଳନା କରିଥିଲେ। ସେହିପରି ପ୍ରସନ୍ନ ମହାପାତ୍ର ରେଫରି ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri