Posted inଖେଳ

ଓସିଏ ଆନ୍ତଃ ଜିଲା ସିନିୟର ଟି ୨୦: କଟକ-ଏ’ ଚାମ୍ପିୟନ

ଭୁବନେଶ୍ୱର,୨୩।୧୨(ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି ୨୦ କ୍ରିକେଟ ଲିଗ୍‌ ଶେଷ ହୋଇଛି। ଏଥିରେ କଟକ ଏ’ ଚାମ୍ପିୟନ ହୋଇଛି। ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ କଟକ ଏ’ ଇକୋର୍ସାକୁ ୭ ରନରେ ପରାସ୍ତକରି ଟାଇଟଲ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା କଟକ ୧୯.୫ ଓଭରରେ ୧୩୦ ରନକରି ଅଲଆଉଟ ହୋଇଥିଲା। ଦଳ ତରଫରୁ ରାମଚନ୍ଦ୍ର ବେହେରା ୩୪, ବିପ୍ଳବ ସାମନ୍ତରାୟ ୩୨, ଦୀପକ ବେହେରା ୨୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇକୋର୍ସ ତରଫରୁ ଜୟନ୍ତ ବେହେରା, ସୂର୍ଯ୍ୟକନ୍ତ ପ୍ରଧାନ ଓ ଆଲୋକ ମଙ୍ଗରାଜ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଇକୋର୍ସା ୭ ଉଇକେଟ ହରାଇ ୧୨୩ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଦଳ ତରଫରୁ ରାଜେଶ ମହାନ୍ତି ଅପରାଜିତ ୩୫, ଅଙ୍କିତ ଯାଦବ ୨, କାମେଶ୍ୱର ବାରିକ ୨୨ ରନ ସଂଗ୍ରହ କରିଥିଲେ। ବୋଲିଂରେ କଟକ ତରଫରୁ ସୁନୀଲ ରାଉଳ ଓ ଆଶିଷ ରାୟ ୨ଟି ଲେଖାଏ ଉଇକେଟ ନେଇଥିଲେ। ମୁଖ୍ୟ ଅତିଥିଭାବେ ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା, ସଭାପତି ପଙ୍କଜ ଲୋଚନ ମହାନ୍ତି, ଉପ ସଭାପତି ଅକ୍ଷୟ କୁମାର ସାମନ୍ତ, ସମ୍ପାଦକ ସଞ୍ଜୟ ବେହେରା, କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଓ ଆପେକ୍ସ କାଉନସିଲ ସଦସ୍ୟ ସୁବାଶିସ୍‌ ସେନାପତି ଫାଇନାଲ ମ୍ୟାଚ୍‌ରେ ଯୋଗଦେଇ କଟକ ଏ’ ଦଳକୁ ଚାମ୍ପିୟନ ଟ୍ରଫି ପ୍ରଦାନ କରିଥିଲେ। ଅମ୍ପାୟର ସୁବ୍ରତ ଦାସ ଓ ଦୁର୍ଗାଦତ୍ତ ଦାସ ମ୍ୟାଚ୍‌ ପରିଚାଳନା କରିଥିଲେ। ସେହିପରି ପ୍ରସନ୍ନ ମହାପାତ୍ର ରେଫରି ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri