Posted inଖେଳ

ଓସିଏ ଆନ୍ତଃଜିଲା ୧୯ ବର୍ଷରୁ କମ୍‌ କ୍ରିକେଟ: ଭୁବନେଶ୍ୱର ‘ଏ’ ଚାମ୍ପିୟନ

ଭୁବନେଶ୍ୱର, ୨୪।୨ (କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟରେ ଭୁବନେଶ୍ୱର ‘ଏ’ ଚାମ୍ପିୟନ ହୋଇଛି। ମଙ୍ଗଳବାର ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଫାଇନାଲରେ ଭୁବନେଶ୍ୱର ‘ଏ’ ଦଳ ୬ ଉଇକେଟରେ କଟକ ‘ଏ’କୁ ପରାସ୍ତ କରିଛି। କଟକ ଦଳ ପକ୍ଷରୁ ଧାର୍ଯ୍ୟ ୧୫୨ ରନର ବିଜୟ ଲକ୍ଷ୍ୟକୁ ଭୁବନେଶ୍ୱର ୩୮.୩ ଓଭରରେ ୪ ଉଇକେଟ ହରାଇ ହାସଲ କରି ନେଇଥିଲା।
ଲିଗ୍‌ ପର୍ଯ୍ୟାୟରେ ଭଲ ପ୍ରଦର୍ଶନ କରିଥିବା କଟକ ‘ଏ’ ଫାଇନାଲରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲେ ହେଁ ବ୍ୟାଟିଂ ବିପର୍ଯ୍ୟୟରେ ପଡ଼ି ୪୭ ଓଭରରେ ୧୫୧ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଅଧିନାୟକ ଶଶାଙ୍ଗ ରୁଙ୍ଗଟା ସର୍ବାଧିକ ୪୭ ରନ କରିଥିଲେ। ଭୁବନେଶ୍ୱର ଦଳର ବୋଲରଙ୍କ ମଧ୍ୟରେ ଆଶୁତୋଷ ନାୟକ, ସମ୍ବିତ ବରାଳ ଓ ଅଂଶୁମାନ ବେଜ୍‌ ୩ଟି ଲେଖାଏ ଉଇକେଟ ନେଇଥିଲେ। ଶୁଭମ୍‌ ଶ୍ରୀଙ୍କୁ ଗୋଟିଏ ଉଇକେଟ ମିଳିଥିଲା। ବିଜୟ ହାସଲ ପାଇଁ ଭୁବନେଶ୍ୱର ‘ଏ’ କୁ ବିଶେଷ କଷ୍ଟ କରିବାକୁ ପଡ଼ି ନ ଥିଲା। ଦଳ ମାତ୍ର ୧୭ ରନରେ ପ୍ରଥମ ଉଇକେଟ ହରାଇଥିଲେ ହେଁ ୩୮.୩ ଓଭରରେ ୪ ଉଇକେଟ ହରାଇ ୧୫୫ ରନ ସଂଗ୍ରହ କରି ନେଇଥିଲା। ଏମ୍‌.ଜି. ଗୋପାଳ ସର୍ବାଧିକ ୪୪ ରନ କରିଥିଲେ। ଓପନର ତନୟ ବିଶ୍ୱାଳ ୨୭ ରନ କରି ଆଉଟ ହୋଇଥିବାବେଳେ ଶେଷରେ ସାଇ ଶୁଭମ୍‌ ୩୧ ଓ ସମ୍ବିତ ଦ୍ରୁତ ୨୮(୧୩ ବଲ, ୩ ଚୌକା, ୨ ଛକା) ରନ କରି ଅପରାଜିତ ରହିଥିଲେ। ପରାଜିତ ଦଳର ସାଇଦୀପ ମହାପାତ୍ର ଓ ଭକ୍ତିସାଗର ନାୟକ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ପ୍ରୀତିରଞ୍ଜନ ବିଜୟ ସିଂ ଓ ସମ୍ବିତ ପଟ୍ଟନାୟକ ଫିଲ୍ଡ ଅମ୍ପାୟର ଏବଂ ଦୁର୍ଗାଦତ୍ତ ଦାସ ତୃତୀୟ ଅମ୍ପାୟର ଥିଲେ। ବିଶ୍ୱରଞ୍ଜନ ଦାସ ଓ ବିବେକାନନ୍ଦ ରାଉତ ସ୍କୋରର ଦାୟିତ୍ୱ ନିର୍ବାହ କରିଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ସମ୍ବିତ ବରାଳଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା। ଡ୍ରିମ୍ସ ଅଧ୍ୟକ୍ଷ ପ୍ରମୋଦ ଚନ୍ଦ୍ର ରଥ ମୁଖ୍ୟ ଅତିଥି ଏବଂ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସିଇଓ ସୁବ୍ରତ କୁମାର ବେହେରା ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri