Posted inଖେଳ

ରବିନାରାୟଣଙ୍କ ବିୟୋଗରେ ଓସିଏର ଶୋକ

ଭୁବନେଶ୍ୱର,୯।୫(ସ୍ପୋର୍ଟ୍ସ ବ୍ୟୁରୋ): ପୂର୍ବତନ କ୍ରିକେଟର ତଥା ସିନିୟର ଚୟନ କମିଟି ସଦସ୍ୟ ରବିନାରାୟଣ ପଣ୍ଡାଙ୍କ ଅକାଳ ବିୟୋଗରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଶୋକ ପ୍ରକାଶ କରିଛି। ଆସୋସିଏଶନର ସମସ୍ତ କର୍ମକର୍ତ୍ତା ଓ ପଦାଧିକାରୀ ଶୋକ ଜଣାଇଛନ୍ତି। କୋଭିଡ୍‌-୧୯ ଲକ୍ଷଣ ଦେଖାଦେଇଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେ ଶୁକ୍ରବାର ରାତି ୯.୩୦ରେ ପରଲୋକ ଗମନ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା।
ସେ ରାଜ୍ୟ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିଥିଲେ ଓ ୩୦ଟି ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ୯୦୦ରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଥିଲେ। ସେ ମଧ୍ୟ ପୂର୍ବାଞ୍ଚଳ ଦଳ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ସେ ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ (ଏସ୍‌ଏଆଇଏଲ୍‌)ରେ ଚାକିରି କରୁଥିଲେ। ସେ ରାଉରକେଲା ଓ ଭିଲାଇରେ ଚାକିରି କରିଛନ୍ତି। ଭିଲାଇ ପ୍ଲାଣ୍ଟର ଏସ୍‌ଏଆଇଏଲ୍‌ର ଜେନେରାଲ ମ୍ୟାନେଜର ଭାବେ ସେ ଅବସର ଗ୍ରହଣ କରିଥିଲେ। କିଛିଦିନ ତଳେ ତାଙ୍କ ପୁଅଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ସ୍ତ୍ରୀ ଓ ଝିଅ ପାଖରେ ରହିଥିଲେ। କ୍ରିକେଟ ଓ କ୍ରୀଡ଼ା ପ୍ରଶାସନ ପ୍ରତି ତାଙ୍କର ଯଥେଷ୍ଟ ଅବଦାନ ରହିଥିଲା। ତାଙ୍କ ଦେହାନ୍ତରେ ଓଡ଼ିଶା କ୍ରୀଡ଼ାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ଓସିଏ ତରଫରୁ କୁହାଯାଇଛି। ତାଙ୍କ ପରିବାରକୁ ଭଗବାନ ଏହି ଦୁଃଖଦ ସମୟରେ ଶକ୍ତି ଦିଅନ୍ତୁ। ତାଙ୍କ ଆତ୍ମାର ସଦ୍‌ଗତି ହେଉ ବୋଲି ଓସିଏ ତରଫରୁ ଶୋକବାର୍ତ୍ତାରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri