Posted inଖେଳ

ରବିନାରାୟଣଙ୍କ ବିୟୋଗରେ ଓସିଏର ଶୋକ

ଭୁବନେଶ୍ୱର,୯।୫(ସ୍ପୋର୍ଟ୍ସ ବ୍ୟୁରୋ): ପୂର୍ବତନ କ୍ରିକେଟର ତଥା ସିନିୟର ଚୟନ କମିଟି ସଦସ୍ୟ ରବିନାରାୟଣ ପଣ୍ଡାଙ୍କ ଅକାଳ ବିୟୋଗରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଶୋକ ପ୍ରକାଶ କରିଛି। ଆସୋସିଏଶନର ସମସ୍ତ କର୍ମକର୍ତ୍ତା ଓ ପଦାଧିକାରୀ ଶୋକ ଜଣାଇଛନ୍ତି। କୋଭିଡ୍‌-୧୯ ଲକ୍ଷଣ ଦେଖାଦେଇଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେ ଶୁକ୍ରବାର ରାତି ୯.୩୦ରେ ପରଲୋକ ଗମନ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା।
ସେ ରାଜ୍ୟ ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିଥିଲେ ଓ ୩୦ଟି ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ୯୦୦ରୁ ଊର୍ଦ୍ଧ୍ୱ ରନ ସଂଗ୍ରହ କରିଥିଲେ। ସେ ମଧ୍ୟ ପୂର୍ବାଞ୍ଚଳ ଦଳ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ସେ ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ (ଏସ୍‌ଏଆଇଏଲ୍‌)ରେ ଚାକିରି କରୁଥିଲେ। ସେ ରାଉରକେଲା ଓ ଭିଲାଇରେ ଚାକିରି କରିଛନ୍ତି। ଭିଲାଇ ପ୍ଲାଣ୍ଟର ଏସ୍‌ଏଆଇଏଲ୍‌ର ଜେନେରାଲ ମ୍ୟାନେଜର ଭାବେ ସେ ଅବସର ଗ୍ରହଣ କରିଥିଲେ। କିଛିଦିନ ତଳେ ତାଙ୍କ ପୁଅଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ସ୍ତ୍ରୀ ଓ ଝିଅ ପାଖରେ ରହିଥିଲେ। କ୍ରିକେଟ ଓ କ୍ରୀଡ଼ା ପ୍ରଶାସନ ପ୍ରତି ତାଙ୍କର ଯଥେଷ୍ଟ ଅବଦାନ ରହିଥିଲା। ତାଙ୍କ ଦେହାନ୍ତରେ ଓଡ଼ିଶା କ୍ରୀଡ଼ାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ବୋଲି ଓସିଏ ତରଫରୁ କୁହାଯାଇଛି। ତାଙ୍କ ପରିବାରକୁ ଭଗବାନ ଏହି ଦୁଃଖଦ ସମୟରେ ଶକ୍ତି ଦିଅନ୍ତୁ। ତାଙ୍କ ଆତ୍ମାର ସଦ୍‌ଗତି ହେଉ ବୋଲି ଓସିଏ ତରଫରୁ ଶୋକବାର୍ତ୍ତାରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୌତମ ଗମ୍ଭୀରଙ୍କ ଚାକିରି ବିପଦରେ! ବିଗୁଡୁଛି ଡ୍ରେସିଂ ରୁମର ମାହୋଲ

ନୂଆଦିଲ୍ଲୀ,୪।୮: ଗୌତମ ଗମ୍ଭୀର ହେଡ କୋଚ୍‌ ହେବା ପରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ମଧ୍ୟ, ସତ୍ୟ ଏହା ଯେ…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri