ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍ (ଓଡ଼ିଶା କ୍ରିକେଟ ଲିଗ୍) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା ପୁମାସକୁ ପରାସ୍ତ କରିଛି। ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ପୁମାସ ୧୮ ଓଭରରେ ୯ ଉଇକେଟ ହରାଇ ୧୩୦ ରନ କରିଥିଲା। ଦଳ ପକ୍ଷରୁ ରାକେଶ ପଟ୍ଟନାୟକ ସର୍ବାଧିକ ୪୪ ରନ କରିଥିବାବେଳେ ବିପକ୍ଷ ଦଳର ପ୍ରଦୀପ ପ୍ରଧାନ ୪ଟି ଓ ରିତେଶ ପ୍ରିୟରଞ୍ଜନ ୩ଟି ଉଇକେଟ ନେଇଥିଲେ। ଜବାବରେ ଓଡ଼ିଶା ଲାୟନ୍ସ ୧୭.୨ ଓଭରରେ ୬ ଉଇକେଟ ହରାଇ ୧୩୫ ରନ ସଂଗ୍ରହ କରି ନେଇଥିଲା। ବିପ୍ଳବ ସାମନ୍ତରାୟ ୩୬ ଓ ଅମିନ ଖାଁ ୩୫ ରନ କରିଥିଲେ। ଦ୍ୱିତୀୟ ମ୍ୟାଚରେ ଜାଗୁଆର୍ସ ୮ ଉଇକେଟରେ ଓଡ଼ିଶା ଟାଇଗର୍ସକୁ ହରାଇ ଦେଇଛି। ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟାଇଗର୍ସ ୧୭.୧ ଓଭରରେ ମାତ୍ର ୫୭ ରନକରି ଅଲ୍ଆଉଟ ହୋଇ ଯାଇଥିଲା। ବିପକ୍ଷ ଦଳର ପ୍ରଶାନ୍ତ ଠାକ୍କର ୩ଟି ଏବଂ ପପୁ ରାୟ ଓ ସୟଦ ଜାକି ୨ଟି ଲେଖାଏ ଉଇକେଟ ନେଇ ଟାଇଗର୍ସ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ୫୮ ରନ ବିଜୟ ଲକ୍ଷ୍ୟକୁ ଜାଗୁଆର୍ସ ମାତ୍ର ୨ ଉଇକେଟ ହରାଇ ୮.୪ ଓଭରରେ ହାସଲ କରି ନେଇଥିଲା। ଶ୍ରେୟାଂଶ ଭରଦ୍ୱାଜ ୨୪ ରନକରି ଅପରାଜିତ ରହିଥିଲେ। ପରାଜିତ ଦଳର ବି. ଶିବା ୨ଟି ଯାକ ଉଇକେଟ ନେଇଥିଲେ।
ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ
ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...
Archives


