ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍ (ଓଡ଼ିଶା କ୍ରିକେଟ ଲିଗ୍) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା ପୁମାସକୁ ପରାସ୍ତ କରିଛି। ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ପୁମାସ ୧୮ ଓଭରରେ ୯ ଉଇକେଟ ହରାଇ ୧୩୦ ରନ କରିଥିଲା। ଦଳ ପକ୍ଷରୁ ରାକେଶ ପଟ୍ଟନାୟକ ସର୍ବାଧିକ ୪୪ ରନ କରିଥିବାବେଳେ ବିପକ୍ଷ ଦଳର ପ୍ରଦୀପ ପ୍ରଧାନ ୪ଟି ଓ ରିତେଶ ପ୍ରିୟରଞ୍ଜନ ୩ଟି ଉଇକେଟ ନେଇଥିଲେ। ଜବାବରେ ଓଡ଼ିଶା ଲାୟନ୍ସ ୧୭.୨ ଓଭରରେ ୬ ଉଇକେଟ ହରାଇ ୧୩୫ ରନ ସଂଗ୍ରହ କରି ନେଇଥିଲା। ବିପ୍ଳବ ସାମନ୍ତରାୟ ୩୬ ଓ ଅମିନ ଖାଁ ୩୫ ରନ କରିଥିଲେ। ଦ୍ୱିତୀୟ ମ୍ୟାଚରେ ଜାଗୁଆର୍ସ ୮ ଉଇକେଟରେ ଓଡ଼ିଶା ଟାଇଗର୍ସକୁ ହରାଇ ଦେଇଛି। ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟାଇଗର୍ସ ୧୭.୧ ଓଭରରେ ମାତ୍ର ୫୭ ରନକରି ଅଲ୍ଆଉଟ ହୋଇ ଯାଇଥିଲା। ବିପକ୍ଷ ଦଳର ପ୍ରଶାନ୍ତ ଠାକ୍କର ୩ଟି ଏବଂ ପପୁ ରାୟ ଓ ସୟଦ ଜାକି ୨ଟି ଲେଖାଏ ଉଇକେଟ ନେଇ ଟାଇଗର୍ସ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ୫୮ ରନ ବିଜୟ ଲକ୍ଷ୍ୟକୁ ଜାଗୁଆର୍ସ ମାତ୍ର ୨ ଉଇକେଟ ହରାଇ ୮.୪ ଓଭରରେ ହାସଲ କରି ନେଇଥିଲା। ଶ୍ରେୟାଂଶ ଭରଦ୍ୱାଜ ୨୪ ରନକରି ଅପରାଜିତ ରହିଥିଲେ। ପରାଜିତ ଦଳର ବି. ଶିବା ୨ଟି ଯାକ ଉଇକେଟ ନେଇଥିଲେ।
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
Archives

