Posted inଖେଳ

ଓସିଏଲ୍‌: ଲାୟନ୍ସ, ଜାଗୁଆର୍ସ ବିଜୟୀ

ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍‌ (ଓଡ଼ିଶା କ୍ରିକେଟ ଲିଗ୍‌) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା ପୁମାସକୁ ପରାସ୍ତ କରିଛି। ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ପୁମାସ ୧୮ ଓଭରରେ ୯ ଉଇକେଟ ହରାଇ ୧୩୦ ରନ କରିଥିଲା। ଦଳ ପକ୍ଷରୁ ରାକେଶ ପଟ୍ଟନାୟକ ସର୍ବାଧିକ ୪୪ ରନ କରିଥିବାବେଳେ ବିପକ୍ଷ ଦଳର ପ୍ରଦୀପ ପ୍ରଧାନ ୪ଟି ଓ ରିତେଶ ପ୍ରିୟରଞ୍ଜନ ୩ଟି ଉଇକେଟ ନେଇଥିଲେ। ଜବାବରେ ଓଡ଼ିଶା ଲାୟନ୍ସ ୧୭.୨ ଓଭରରେ ୬ ଉଇକେଟ ହରାଇ ୧୩୫ ରନ ସଂଗ୍ରହ କରି ନେଇଥିଲା। ବିପ୍ଳବ ସାମନ୍ତରାୟ ୩୬ ଓ ଅମିନ ଖାଁ ୩୫ ରନ କରିଥିଲେ। ଦ୍ୱିତୀୟ ମ୍ୟାଚରେ ଜାଗୁଆର୍ସ ୮ ଉଇକେଟରେ ଓଡ଼ିଶା ଟାଇଗର୍ସକୁ ହରାଇ ଦେଇଛି। ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟାଇଗର୍ସ ୧୭.୧ ଓଭରରେ ମାତ୍ର ୫୭ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ବିପକ୍ଷ ଦଳର ପ୍ରଶାନ୍ତ ଠାକ୍କର ୩ଟି ଏବଂ ପପୁ ରାୟ ଓ ସୟଦ ଜାକି ୨ଟି ଲେଖାଏ ଉଇକେଟ ନେଇ ଟାଇଗର୍ସ ଦଳର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ୫୮ ରନ ବିଜୟ ଲକ୍ଷ୍ୟକୁ ଜାଗୁଆର୍ସ ମାତ୍ର ୨ ଉଇକେଟ ହରାଇ ୮.୪ ଓଭରରେ ହାସଲ କରି ନେଇଥିଲା। ଶ୍ରେୟାଂଶ ଭରଦ୍ୱାଜ ୨୪ ରନକରି ଅପରାଜିତ ରହିଥିଲେ। ପରାଜିତ ଦଳର ବି. ଶିବା ୨ଟି ଯାକ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri