ସିଏମ୍‌ଆର୍‌ଏଫ୍‌କୁ ୧୦ କୋଟି ଦେଲା ଓସିପିଏଲ୍‌

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଓସିପିଏଲ୍‌) ତା’ ଲାଭାଂଶରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମ୍‌ଆର୍‌ଏଫ୍‌)କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ପ୍ରଦାନ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଓସିପିଏଲ୍‌ର ସିଇଓ ସାରିପୁତ୍ତ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଓସିପିଏଲ୍‌ ବହୁ କମ୍‌ ସମୟ ମଧ୍ୟରେ ରାଜ୍ୟର ଏକ ପ୍ରମୁଖ ଲାଭଦାୟକ ସରକାରୀ ଉଦ୍ୟୋଗ ଭାବେ ପରିଗଣିତ ହୋଇଛି। ଦେଶରେ କୋଇଲା ସଙ୍କଟ ସମୟରେ ଓସିପିଏଲ୍‌ ଏବର୍ଷ ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟଠାରୁ ଅଧିକ କୋଇଲା ଉତ୍ପାଦନ କରିଛି। ଏହି କୋଇଲା ରାଜ୍ୟ ଏବଂ ରାଜ୍ୟ ବାହାରର ଅନେକ ଶିଳ୍ପାନୁଷ୍ଠାନରେ ବ୍ୟବହୃତ ହୋଇପାରିଛି। ଓସିପିଏଲ୍‌, ସୁନ୍ଦରଗଡ଼ ଜିଲାର ମହିଳା ଏବଂ ଯୁବଗୋଷ୍ଠୀମାନଙ୍କ ସଶକ୍ତୀକରଣ ପାଇଁ ବିଭିନ୍ନ ପନ୍ଥା ମାଧ୍ୟମରେ ନିରନ୍ତର ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri