ସିଏମ୍‌ଆର୍‌ଏଫ୍‌କୁ ୧୦ କୋଟି ଦେଲା ଓସିପିଏଲ୍‌

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡ଼ିଶା କୋଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ (ଓସିପିଏଲ୍‌) ତା’ ଲାଭାଂଶରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମ୍‌ଆର୍‌ଏଫ୍‌)କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ପ୍ରଦାନ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଓସିପିଏଲ୍‌ର ସିଇଓ ସାରିପୁତ୍ତ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଓସିପିଏଲ୍‌ ବହୁ କମ୍‌ ସମୟ ମଧ୍ୟରେ ରାଜ୍ୟର ଏକ ପ୍ରମୁଖ ଲାଭଦାୟକ ସରକାରୀ ଉଦ୍ୟୋଗ ଭାବେ ପରିଗଣିତ ହୋଇଛି। ଦେଶରେ କୋଇଲା ସଙ୍କଟ ସମୟରେ ଓସିପିଏଲ୍‌ ଏବର୍ଷ ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟଠାରୁ ଅଧିକ କୋଇଲା ଉତ୍ପାଦନ କରିଛି। ଏହି କୋଇଲା ରାଜ୍ୟ ଏବଂ ରାଜ୍ୟ ବାହାରର ଅନେକ ଶିଳ୍ପାନୁଷ୍ଠାନରେ ବ୍ୟବହୃତ ହୋଇପାରିଛି। ଓସିପିଏଲ୍‌, ସୁନ୍ଦରଗଡ଼ ଜିଲାର ମହିଳା ଏବଂ ଯୁବଗୋଷ୍ଠୀମାନଙ୍କ ସଶକ୍ତୀକରଣ ପାଇଁ ବିଭିନ୍ନ ପନ୍ଥା ମାଧ୍ୟମରେ ନିରନ୍ତର ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦୂରତା, ମାସ୍କ ପିନ୍ଧିବା ନେଇ ଲୋକଙ୍କୁ ସଚେତନ କରାଇବ ଡ୍ରୋନ୍‌

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ଭାଇରସ ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ କିଛି ଲୋକ ଏହାକୁ ପାଳନ...

ବର୍ଷା ସାଜିଛି ବାଧକ, ଚାଷ ଆଗେଇ ପାରୁନି୨ ମାସରେ ୪୦୫ ମି.ମି. ବର୍ଷା ହୋଇଛି

କର୍ଲାମୁଣ୍ଡା,୬।୮(ଡି.ଏନ.ଏ.) ଦିନକୁ ଦିନ ଗଡି ଚାଲିଥିଲେ ହେଁ ବର୍ଷା ହେଉ ନ ଥିବାରୁ ଚାଷୀଙ୍କ ଚାଷ କାର୍ଯ୍ୟ ଏବେ ଠପ୍‌ ହୋଇଯାଇଛି । କଳାହାଣ୍ଡି ଜିଲା...

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି...

ସ୍ବାସ୍ଥ୍ୟକେନ୍ଦ୍ରରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖ

ଭୁବନେଶ୍ବର,୨୪ା୯(ବ୍ୟୁରୋ): ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବିଶୃଙ୍ଖଳା, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟ ନିର୍ଯାତନା ଓ ଶାରୀରିକ ଆଘାତ ଦେଉଥିବା ନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସୁଛି।...

ସ୍ନାନ ପୂର୍ଣ୍ଣିମା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ପବିତ୍ର ସ୍ନାନ ପୂର୍ଣ୍ଣିମା...

ଡିସେମ୍ବର ସୁଦ୍ଧା ସବୁ ଡାକ୍ତର ପଦବୀ ପୂରଣ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଆସନ୍ତା ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଖାଲିଥିବା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ...

ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ...

‘ଅଳ୍ପ ଦିନରେ ଦ୍ୱିତୀୟ ଲହର ପିକ୍‌କୁ ଅତିକ୍ରମ କରିପାରେ’

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଛି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। କୋଭିଡ ସଂକ୍ରମଣ ଉପର ମୁହାଁ ରହିଛି...

Advertisement
Archives

Model This Week