Posted inରାଜ୍ୟ

ଘୁଞ୍ଚିବନି ଓସିଏସ୍‌ ପରୀକ୍ଷା

ଭୁବନେଶ୍ୱର, (ବ୍ୟୁରୋ)/ କଟକ ଅଫିସ, ୧୬।୧ : ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ନିର୍ଦ୍ଧାରିତ ସମୟରେ ହିଁ ହେବ। ସ୍ଥଗିତ ରଖିବାକୁ ଦାବି ଉଠୁଥିବାବେଳେ କୋଭିଡ୍‌ ନିୟମ ଅନୁପାଳନପୂର୍ବକ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଶନିବାର ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ଓସିଏସ୍‌ ମେନ୍‌ ପରୀକ୍ଷା ସହ ଚଳିତ ମାସରେ ହେବାକୁ ଥିବା ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ନିମନ୍ତେ କୋଭିଡ୍‌ ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଏ ନେଇ ଓପିଏସ୍‌ସି ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଆସନ୍ତା ୨୦ ତାରିଖରୁ ଓସିଏସ୍‌ ମେନ୍‌ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ। କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଓ ପରିସର ମଧ୍ୟରେ ପରୀକ୍ଷାର୍ଥୀମାନେ କୋଭିଡ୍‌ ନିୟମ ଅନୁପାଳନପୂର୍ବକ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ବ୍ୟକ୍ତିଗତ ସ୍ବାସ୍ଥ୍ୟରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି। ସମସ୍ତ ପରୀକ୍ଷାର୍ଥୀ ଏନ୍‌-୯୫ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ପିନ୍ଧି ନ ଥିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବେ। ଗୋଟିଏ ସ୍ବଚ୍ଛ ବୋତଲରେ ପରୀକ୍ଷାର୍ଥୀମାନେ ସାନିଟାଇଜର ନେଇପାରିବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସାନିଟାଇଜର ବ୍ୟବହାର ପାଇଁ ବ୍ୟବସ୍ଥା କରାଯାଉଛି। ଏଥିସହ ସାମାଜିକ ଦୂରତ୍ୱ ନିୟମାନୁସାରେ ପରୀକ୍ଷା କେନ୍ଦ୍ରରେ ବସିବା ବ୍ୟବସ୍ଥା କରାଯାଉଛି। ଯଦି କୌଣସି ସମୟରେ ପରୀକ୍ଷାର୍ଥୀଙ୍କର କୋଭିଡ୍‌ ଲକ୍ଷଣ ପ୍ରକାଶ ପାଏ, ସେ ତୁରନ୍ତ ପରୀକ୍ଷା ପରିଚାଳକ(ଇନ୍‌ଭିଜିଲେଟର)ଙ୍କୁ ଜଣାଇବେ। ଏହି ପରୀକ୍ଷାର୍ଥୀଙ୍କ ନିମନ୍ତେ ପୃଥକ ପରୀକ୍ଷା ପ୍ରକୋଷ୍ଠର ବ୍ୟବସ୍ଥା କରାଯାଇଛି। ଓପିଏସ୍‌ସି ପକ୍ଷରୁ ଜାରି ଏହି ନିର୍ଦ୍ଦେଶନାମା ଉଭୟ ଓସିଏସ୍‌ ଓ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ପାଇଁ ଲାଗୁ ହେବ।

ସୂଚନାଯୋଗ୍ୟ, ଓସିଏସ୍‌ ମେନ୍‌ ପରୀକ୍ଷା ଫେବୃୟାରୀ ୮ ପର୍ଯ୍ୟନ୍ତ ଚାଲିବ। କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ପରୀକ୍ଷାର୍ଥୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଦୀର୍ଘଦିନ ଚାଲିବାକୁ ଥିବା ଏହି ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଦାବି ଉଠିଥିଲା। ଏନେଇ କେତେଜଣ ପରୀକ୍ଷାର୍ଥୀ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିବା ସହ ଅନ୍ୟ କେତେଜଣ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ଉଚ୍ଚ ଶିକ୍ଷା ବିଭାଗକୁ ସୋସିଆଲ ମିଡିଆ ମାଧ୍ୟମରେ ଚିଠି ଲେଖିଥିଲେ। ପରୀକ୍ଷାକୁ ନେଇ ମଧ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri