Posted inରାଜ୍ୟ

ଘୁଞ୍ଚିବନି ଓସିଏସ୍‌ ପରୀକ୍ଷା

ଭୁବନେଶ୍ୱର, (ବ୍ୟୁରୋ)/ କଟକ ଅଫିସ, ୧୬।୧ : ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ନିର୍ଦ୍ଧାରିତ ସମୟରେ ହିଁ ହେବ। ସ୍ଥଗିତ ରଖିବାକୁ ଦାବି ଉଠୁଥିବାବେଳେ କୋଭିଡ୍‌ ନିୟମ ଅନୁପାଳନପୂର୍ବକ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଶନିବାର ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ଓସିଏସ୍‌ ମେନ୍‌ ପରୀକ୍ଷା ସହ ଚଳିତ ମାସରେ ହେବାକୁ ଥିବା ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ନିମନ୍ତେ କୋଭିଡ୍‌ ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଏ ନେଇ ଓପିଏସ୍‌ସି ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଆସନ୍ତା ୨୦ ତାରିଖରୁ ଓସିଏସ୍‌ ମେନ୍‌ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୨୩ ତାରିଖ ଦିନ ଆସିଷ୍ଟାଣ୍ଟ ସର୍ଜନ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହେବ। କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଓ ପରିସର ମଧ୍ୟରେ ପରୀକ୍ଷାର୍ଥୀମାନେ କୋଭିଡ୍‌ ନିୟମ ଅନୁପାଳନପୂର୍ବକ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ବ୍ୟକ୍ତିଗତ ସ୍ବାସ୍ଥ୍ୟରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି। ସମସ୍ତ ପରୀକ୍ଷାର୍ଥୀ ଏନ୍‌-୯୫ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ପିନ୍ଧି ନ ଥିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବେ। ଗୋଟିଏ ସ୍ବଚ୍ଛ ବୋତଲରେ ପରୀକ୍ଷାର୍ଥୀମାନେ ସାନିଟାଇଜର ନେଇପାରିବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସାନିଟାଇଜର ବ୍ୟବହାର ପାଇଁ ବ୍ୟବସ୍ଥା କରାଯାଉଛି। ଏଥିସହ ସାମାଜିକ ଦୂରତ୍ୱ ନିୟମାନୁସାରେ ପରୀକ୍ଷା କେନ୍ଦ୍ରରେ ବସିବା ବ୍ୟବସ୍ଥା କରାଯାଉଛି। ଯଦି କୌଣସି ସମୟରେ ପରୀକ୍ଷାର୍ଥୀଙ୍କର କୋଭିଡ୍‌ ଲକ୍ଷଣ ପ୍ରକାଶ ପାଏ, ସେ ତୁରନ୍ତ ପରୀକ୍ଷା ପରିଚାଳକ(ଇନ୍‌ଭିଜିଲେଟର)ଙ୍କୁ ଜଣାଇବେ। ଏହି ପରୀକ୍ଷାର୍ଥୀଙ୍କ ନିମନ୍ତେ ପୃଥକ ପରୀକ୍ଷା ପ୍ରକୋଷ୍ଠର ବ୍ୟବସ୍ଥା କରାଯାଇଛି। ଓପିଏସ୍‌ସି ପକ୍ଷରୁ ଜାରି ଏହି ନିର୍ଦ୍ଦେଶନାମା ଉଭୟ ଓସିଏସ୍‌ ଓ ଆସିଷ୍ଟାଣ୍ଟ ସର୍ଜନ ପରୀକ୍ଷା ପାଇଁ ଲାଗୁ ହେବ।

ସୂଚନାଯୋଗ୍ୟ, ଓସିଏସ୍‌ ମେନ୍‌ ପରୀକ୍ଷା ଫେବୃୟାରୀ ୮ ପର୍ଯ୍ୟନ୍ତ ଚାଲିବ। କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ପରୀକ୍ଷାର୍ଥୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଦୀର୍ଘଦିନ ଚାଲିବାକୁ ଥିବା ଏହି ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଦାବି ଉଠିଥିଲା। ଏନେଇ କେତେଜଣ ପରୀକ୍ଷାର୍ଥୀ ରାସ୍ତାକୁ ଓହ୍ଲାଇ ପ୍ରତିବାଦ କରିବା ସହ ଅନ୍ୟ କେତେଜଣ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ଉଚ୍ଚ ଶିକ୍ଷା ବିଭାଗକୁ ସୋସିଆଲ ମିଡିଆ ମାଧ୍ୟମରେ ଚିଠି ଲେଖିଥିଲେ। ପରୀକ୍ଷାକୁ ନେଇ ମଧ୍ୟ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri