ଫେବୃୟାରୀ ୨୧ରୁ ଓସିଏସ୍‌ ମେନ୍‌ ପରୀକ୍ଷା

କଟକ ଅଫିସ,୫ା୧:ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ ମେନ୍‌ ପରୀକ୍ଷା ଆସନ୍ତା ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ହେବ। ଏ ନେଇ ଓପିଏସ୍‌ସି ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରତିଦିନ ୨ ସିଟିଂରେ ପରୀକ୍ଷା କରାଯିବ। ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେବ। ୩ଘଣ୍ଟା ଧରି ପରୀକ୍ଷା ହେବାକୁ ଥିବାବେଳେ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୧ ଘଣ୍ଟା ସମୟ ଦିଆଯିବ। ମାର୍ଚ୍ଚ ୭ ଓ ୮ରେ ପରୀକ୍ଷା ହେବ ନାହିଁ। ପରୀକ୍ଷାର୍ଥୀମାନେ ପ୍ରକାଶିତ ବିଜ୍ଞପ୍ତିରେ ସବିଶେଷ ତଥ୍ୟ ପାଇପାରିବେ। ଓପିଏସ୍‌ସି ୱେବ୍‌ସାଇଟ୍‌ରେ ଖୁବ୍‌ଶୀଘ୍ର ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହେବ। ଯଦି କୌଣସି ପରୀକ୍ଷାର୍ଥୀଙ୍କର ଓପିଏସ୍‌ସି ଦ୍ୱାରା ନିର୍ଦ୍ଧାରିତ ତାରିଖରେ ୟୁପିଏସ୍‌ସି ସିଭିଲ ସର୍ଭିସ ସାକ୍ଷାତ୍‌କାର ପରୀକ୍ଷା ଅଛି ତା’ହେଲେ ସେମାନେ ଅନ୍ୟ ଏକ ତାରିଖରେ ଓସିଏ ମେନ୍‌ ପରୀକ୍ଷା ଦେଇପାରିବେ। ଏଥିପାଇଁ ସେମାନଙ୍କୁ ଆସନ୍ତା ୯ ତାରିଖ ସୁଦ୍ଧା ୟୁପିଏସ୍‌ସି ସାକ୍ଷାତ୍‌କାରର ଚିଠିକୁ ଓପିଏସ୍‌ସି ନିକଟରେ ଦାଖଲ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?