Posted inରାଜ୍ୟ

ଆଜିଠୁ ଓସିଏସ୍‌ ମେନ୍‌ ପରୀକ୍ଷା

କଟକ ଅଫିସ,୨୦ା୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ୍‌ (ଓସିଏସ୍‌) ମେନ୍‌ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେଉଛି। ଚଳିତଥର ପ୍ରାୟ ୪,୭୫୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ୫ଟି ଜୋନ୍‌ର ୧୬ଟି ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ କଟକଣା ଅନୁଯାୟୀ ଏହି ପରୀକ୍ଷା କରାଯିବ। ଏଥିପାଇଁ ଓପିଏସ୍‌ସି ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ଫେବୃୟାରୀ ୮ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ବିଭିନ୍ନ ବିଷୟରେ ପରୀକ୍ଷାର୍ଥୀମାନେ ଦୁଇଟି ସିଟିଂରେ ପରୀକ୍ଷା ଦେବେ। ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂ ପରୀକ୍ଷା ହେବ। ପ୍ରଥମ ଦିନର ପ୍ରଥମ ସିଟିଂରେ ଓଡ଼ିଆ ଓ ଦ୍ୱିତୀୟ ସିଟିଂରେ ଇଂଲିଶ ବିଷୟରେ ପରୀକ୍ଷା ହେବ। ପରୀକ୍ଷା ସୁପରିଚାଳନା ପାଇଁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଓପିଏସ୍‌ସି ସଦସ୍ୟମାନେ ସ୍କ୍ବାଡ୍‌ ଭାବେ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ଯାଇ ପରୀକ୍ଷା ବ୍ୟବସ୍ଥା ତଦାରଖ କରିବେ ବୋଲି ସଚିବ ଅଶୋକ କୁମାର ଦାଶ ବୁଧବାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ପରୀକ୍ଷାର୍ଥୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଦୀର୍ଘଦିନ ଚାଲିବାକୁ ଥିବା ଏହି ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଦାବି ଉଠିଥିଲା। କରୋନା ଆକ୍ରାନ୍ତ ହେବା ସମ୍ଭାବନା ରହିଛି ବୋଲି ପରୀକ୍ଷାର୍ଥୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ଜଣାଇଥିଲେ। ଅନ୍ୟପକ୍ଷରେ ଓପିଏସ୍‌ସି ପକ୍ଷରୁ ଅଧ୍ୟକ୍ଷ ଓ ସଚିବଙ୍କ ସମେତ ସମସ୍ତ ସଦସ୍ୟଙ୍କୁ ନେଇ ଆଲୋଚନା ହୋଇଥିଲା। ଏହାପରେ ପରୀକ୍ଷାକୁ ସ୍ଥଗିତ ରଖାଯିବ ନାହିଁ ବୋଲି ଗତ ୧୫ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଓ ପରିସରରେ ପରୀକ୍ଷାର୍ଥୀମାନେ କୋଭିଡ୍‌ ନିୟମ ଅନୁପାଳନପୂର୍ବକ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ବ୍ୟକ୍ତିଗତ ସ୍ବାସ୍ଥ୍ୟରକ୍ଷା ନିୟମ ପାଳନ କରିବାକୁ କୁହାଯାଇଛି। ସମସ୍ତ ପରୀକ୍ଷାର୍ଥୀ ଏନ୍‌-୯୫ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ପିନ୍ଧି ନ ଥିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ। କେବଳ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀମାନେ ତଦାରଖ କରିବା ସମୟରେ ପରୀକ୍ଷାର୍ଥୀମାନେ ମାସ୍କ ଖୋଲିବେ। ଓପିଏସ୍‌ସି ପକ୍ଷରୁ ପରୀକ୍ଷା କେନ୍ଦ୍ରକୁ ବିଶୋଧନ କରାଯିବା ସହ କେନ୍ଦ୍ରରେ ସାନିଟାଇଜରର ବ୍ୟବସ୍ଥା କରାଯାଇଛି। ପରୀକ୍ଷାର୍ଥୀମାନେ ମଧ୍ୟ ନିଜ ସାଙ୍ଗରେ ସାନିଟାଇଜର ନେଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri