ବଦଳିଲା ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ

କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୯ରେ ଓଡ଼ିଆ ଏବଂ ଇଂଲିଶ ବିଷୟରେ ହେବାକୁ ଥିବା ପରୀକ୍ଷା ୨୧ ତାରିଖରେ ଅନୁଷ୍ଠିତ ହେବ। ସେହିପରି ଆସନ୍ତା ୨୧ରେ ହେବାକୁ ଥିବା ଜେନେରାଲ ଷ୍ଟଡିଜ୍‌ର ପେପର-୧ ଏବଂ ୨ର ପରୀକ୍ଷା ମାର୍ଚ୍ଚ ୧୨ରେ ହେବ। ମାର୍ଚ୍ଚ ୧୨ରେ ହେବାକୁ ଥିବା ଫିଲୋସୋଫି ଏବଂ ସାଇକୋଲୋଜି ବିଷୟର ପେପର-୨ ପରୀକ୍ଷା ୧୩ ତାରିଖରେ ହେବ। ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି)ର ସିଭିଲ ସର୍ଭିସ୍‌ ସାକ୍ଷାତ୍‌କାର ଥିବାରୁ ଓପିଏସ୍‌ସି ଉକ୍ତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରିଛି। କେବେଳ ଏହି ୩ ଦିନ ପରୀକ୍ଷାକୁ ବାଦ୍‌ ଦେଲେ ଅନ୍ୟ କୌଣସି ତାରିଖରେ ପରିବର୍ତ୍ତନ କରାଯାଇନାହିଁ।
ସୂଚନାଥାଉ କି, ଗତ ଅକ୍ଟୋବର ୧୬ରେ ଓସିଏସ୍‌-୨୦୨୧ ପ୍ରିଲିମିନାରୀ ପରୀକ୍ଷା ହୋଇଥିଲା। ଏଥିରେ ୫,୨୯୬ ଜଣ କୃତକାର୍ଯ୍ୟ ହୋଇଥିଲେ। ସେମାନେ ଆସନ୍ତା ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ପରୀକ୍ଷା ଦେବେ। ପ୍ରତିଦିନ ଦୁଇଟି ସିଟିଂରେ ପରୀକ୍ଷା କରାଯିବ। ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ନ ୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେବ। ୩ଘଣ୍ଟା ଧରି ପରୀକ୍ଷା ହେବାକୁ ଥିବାବେଳେ କେବଳ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୧ ଘଣ୍ଟା ସମୟ ମିଳିବ। ପରୀକ୍ଷା ପାଇଁ ଆଡ୍‌ମିଟ୍‌ କାର୍ଡ ଖୁବଶୀଘ୍ର ଓପିଏସ୍‌ସି ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ। ପରୀକ୍ଷାର୍ଥୀମାନେ ପ୍ରକାଶିତ ବିଜ୍ଞପ୍ତିରେ ସବିଶେଷ ତଥ୍ୟ ଓପିଏସ୍‌ସି ୱେବ୍‌ସାଇଟରୁ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?