OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି କର୍ତ୍ତୃପକ୍ଷ। । ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ ଜାରି କରିଛନ୍ତି।

ଆଜି OCS ମେନ୍‌-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳିଛି। ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

Share