ଅକ୍ଟୋବର ୧୫ରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ,୨୭।୯(ସୁପ୍ରିୟା ପ୍ରିୟଦର୍ଶିନୀ):  ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌) ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ବାଲେଶ୍ୱର ସମେତ ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁର ୫ଟି ଜୋନ୍‌ରେ ଏହି ପରୀକ୍ଷା କରାଯିବାକୁ ସ୍ଥିର ହୋଇଛି। ପରୀକ୍ଷା ଦୁଇଟି ସିଟିଂରେ ହେବ। ୧୫ ତାରିଖ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୧୦୦ ମାର୍କ ବିଶିଷ୍ଟ ଜେନେରାଲ୍‌ ଷ୍ଟଡିଜ୍‌ ପେପର-୧ ପରୀକ୍ଷା ହେବ। ସେହିପରି ଅପରାହ୍ନ ୧. ୩୦ରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ୮୦ ମାର୍କ ବିଶିଷ୍ଟ ଜେନେରାଲ୍‌ ଷ୍ଟଡିଜ୍‌ ପେପର-୨ ପରୀକ୍ଷା କରାଯିବ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଉଭୟ ସିଟିଂରେ ୪୦ ମିନିଟ୍‌ ଲେଖାଏ ଅଧିକ ସମୟ ଦିଆଯିବ। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ଓପିଏସ୍‌ସି ୱେବସାଇଟରେ ଉପଲବ୍ଧ ରହିବ ବୋଲି ଓପିଏସ୍‌ସି ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଓସିଏସ୍‌-୨୦୨୨ ନିମନ୍ତେ ୨୦୨୨ ଡିସେମ୍ବର ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମୋଟ ୬୮୩ ପଦବୀ ପାଇଁ ୨୦୨୩ ଜାନୁୟାରୀ ୧୭ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଫେବୃୟାରୀ ୧୬ ତାରିଖରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri