ଅକ୍ଟୋବର ୧୫ରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ,୨୭।୯(ସୁପ୍ରିୟା ପ୍ରିୟଦର୍ଶିନୀ):  ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଆସନ୍ତା ଅକ୍ଟୋବର ୧୫ ତାରିଖରେ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌) ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ବାଲେଶ୍ୱର ସମେତ ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ବଲପୁର ୫ଟି ଜୋନ୍‌ରେ ଏହି ପରୀକ୍ଷା କରାଯିବାକୁ ସ୍ଥିର ହୋଇଛି। ପରୀକ୍ଷା ଦୁଇଟି ସିଟିଂରେ ହେବ। ୧୫ ତାରିଖ ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୧୦୦ ମାର୍କ ବିଶିଷ୍ଟ ଜେନେରାଲ୍‌ ଷ୍ଟଡିଜ୍‌ ପେପର-୧ ପରୀକ୍ଷା ହେବ। ସେହିପରି ଅପରାହ୍ନ ୧. ୩୦ରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ୮୦ ମାର୍କ ବିଶିଷ୍ଟ ଜେନେରାଲ୍‌ ଷ୍ଟଡିଜ୍‌ ପେପର-୨ ପରୀକ୍ଷା କରାଯିବ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଉଭୟ ସିଟିଂରେ ୪୦ ମିନିଟ୍‌ ଲେଖାଏ ଅଧିକ ସମୟ ଦିଆଯିବ। ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ ଓପିଏସ୍‌ସି ୱେବସାଇଟରେ ଉପଲବ୍ଧ ରହିବ ବୋଲି ଓପିଏସ୍‌ସି ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଓସିଏସ୍‌-୨୦୨୨ ନିମନ୍ତେ ୨୦୨୨ ଡିସେମ୍ବର ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମୋଟ ୬୮୩ ପଦବୀ ପାଇଁ ୨୦୨୩ ଜାନୁୟାରୀ ୧୭ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଫେବୃୟାରୀ ୧୬ ତାରିଖରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri