ସେପ୍ଟେମ୍ବରରେ ଓସିଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧ା୩:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ୨୦୨୨-୨୩ ଶିକ୍ଷାବର୍ଷରେ ଓପିଏସ୍‌ସି ପକ୍ଷରୁ ହେବାକୁ ଥିବା ନିଯୁକ୍ତି ପରୀକ୍ଷାଗୁଡ଼ିକର ସମୟ ଏବଂ ମାସ ସ୍ଥିର କରାଯାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ୨୨ଟି ପରୀକ୍ଷା, ପରୀକ୍ଷା ଫଳାଫଳ ଓ ସାକ୍ଷାତ୍‌କାର ନେଇ ମାସ ଏବଂ ତାରିଖ ଧାର୍ଯ୍ୟ କରାଯାଇଛି। ଏହି କ୍ୟାଲେଣ୍ଡର ଅନୁଯାୟୀ ଓଡ଼ିିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା-୨୦୨୦ର ସାକ୍ଷାତକାର ଅଗଷ୍ଟରେ ହେବାକୁ ଥିବାବେଳେ ଏହାର ଫଳାଫଳ ସେପ୍ଟେମ୍ବର ମଧ୍ୟରେ ପ୍ରକାଶ ପାଇବ। ସେହିପରି ଓଡ଼ିଶା ସିଭିଲ ସର୍ଭିସ-୨୦୨୧ ପ୍ରିଲିମ ପରୀକ୍ଷା ସେପ୍ଟେମ୍ବର ଓ ଲିଖିତ ପରୀକ୍ଷା ୨୦୨୩ ଜାନୁୟାରୀରେ ହେବ। ସାକ୍ଷାତକାର ୨୦୨୩ ସେପ୍ଟେମ୍ବର କିମ୍ବା ନଭେମ୍ବର ମଧ୍ୟରେ ଅନୁଷ୍ଠିତ ହେବ। ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏସ୍‌ସିଓ) ପରୀକ୍ଷା ନଭେମ୍ବରରେ, ଓଡ଼ିଶା ଜୁଡ଼ିସିଆଲ ସର୍ଭିସ ପ୍ରିଲିମ ପରୀକ୍ଷା ମାର୍ଚ୍ଚ ୭ରେ ହେବାକୁ ଥିବା ବେଳେ ଲିଖିତ ଏବଂ ସାକ୍ଷାତକାର ଜୁନ ଓ ସେପ୍ଟେମ୍ବରରେ ହେବ। ଓଡ଼ିଶା ଏଜୁକେଶନ ସର୍ଭିସ (ବି) ପରୀକ୍ଷା ଡିସେମ୍ବରରେ ହେବ ବୋଲି ଉକ୍ତ କ୍ୟାଲେଣ୍ଡରରେ ଉଲ୍ଲେଖ ରହିଛି। ଯଦି ସବୁ ପରିସ୍ଥିତି ଠିକ ରହେ ତେବେ ଧାର୍ଯ୍ୟ ମାସ ଓ ତାରିଖରେ ଓପିଏସ୍‌ସି ପକ୍ଷରୁ ଉକ୍ତ ପରୀକ୍ଷାଗୁଡ଼ିକ କରାଯିବ। ସେଥିରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଓପିଏସ୍‌ସି ସେକ୍ରେଟାରି ଅଶୋକ କୁମାର ଦାସ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri