୨ରୁ ‘ହର୍‌ ଦିଲ୍‌ ମେ ଗାନ୍ଧୀ’

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଗାନ୍ଧୀ ବିଚାରଧାରାର ପ୍ରସାର ପାଇଁ ଆସନ୍ତା ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ରୁ ସର୍ବଭାରତୀୟ ସ୍ତରରେ ବର୍ଷବ୍ୟାପୀ ଗାନ୍ଧୀଚେତନା ସମ୍ପର୍କିତ କାର୍ଯ୍ୟକ୍ରମ ‘ହର୍‌ ଦିଲ୍‌ ମେ ଗାନ୍ଧୀ’ର ଶୁଭାରମ୍ଭ ହେବ। ୨୦୨୩ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ଏହାର ଉଦ୍‌ଯାପନ ହେବ ବୋଲି କାର୍ଯ୍ୟକ୍ରମର ଆବାହକ ତଥା ସର୍ବଭାରତୀୟ ସ୍ବାଧୀନତା ସଂଗ୍ରାମୀ ଉତ୍ତରଦାୟାଦ ସଙ୍ଗଠନ ସମ୍ପାଦକ ଶିବ ନାରାୟଣ ମିଶ୍ର କହିଛନ୍ତି। ସୋମବାର ରାଜ୍ୟର ବହୁ ଗାନ୍ଧୀପ୍ରେମୀ ଓ ସାମାଜିକ ଅନୁଷ୍ଠାନ ପକ୍ଷରୁ ବୁଦ୍ଧ ମନ୍ଦିରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ଏକବର୍ଷ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସହିତ ଅନ୍ୟ ରାଜ୍ୟର ଗାନ୍ଧୀପ୍ରେମୀ ଓ ବିଭିନ୍ନ ସଙ୍ଗଠନଗୁଡ଼ିକ ସାମିଲ ହେବେ। ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଗାନ୍ଧୀଙ୍କ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ କରାଯିବ। ଏଥିସହିତ ପଦଯାତ୍ରା ଓ ରଚନାତ୍ମକ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର ଯୁବପିଢ଼ିଙ୍କୁ ଗାନ୍ଧିଜୀଙ୍କ ସତ୍ୟ, ଅହିଂସା ଓ ଶାନ୍ତିର ମାର୍ଗରେ ଉଦ୍‌ବୁଦ୍ଧ କରିବା ପାଇଁ ବହୁ ସଂଖ୍ୟାର ‘ଗାନ୍ଧୀ ସେବକ’ଙ୍କୁ ପ୍ରସ୍ତୁତ କରିବାକୁ ଲକ୍ଷ୍ୟ ରହିଥିବା ଗାନ୍ଧୀ ଗ୍ଲୋବାଲ ଫାଉଣ୍ଡେଶନର ରାଷ୍ଟ୍ରୀୟ ଅଧ୍ୟକ୍ଷ ମନୋଜ ଜେନା, ଗାନ୍ଧୀ ଓଡ଼ିଶା ଫାଉଣ୍ଡେଶନର ଅଧ୍ୟକ୍ଷା ରୀନା ରାଉତରାୟ ପ୍ରମୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?