୨୪, ୨୫ରେ ହବିଷିଆଳିଙ୍କ ଶ୍ରୀମନ୍ଦିର ଦର୍ଶନ ବନ୍ଦ

ପୁରୀ,୨୪ା୧୦(ଅଜିତ୍‌ କୁମାର ମହାନ୍ତି): ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପୁରୀ ଜିଲାକୁ ୟେଲୋ ଜୋନ୍‌ ଘୋଷଣା କରିଥିବା ବେଳେ ୨୪ ଓ ୨୫ ତାରିଖକୁ ଅରେଞ୍ଜ ଜୋନ୍‌ ଘୋଷଣା କରାଯାଇଛି। ପାଣିପାଗ ବିଭାଗ ଆକଳନ ଅନୁସାରେ ପୁରୀରେ ବାତ୍ୟାର ପ୍ରଭାବ ରହିଲେ ମଧ୍ୟ ସେଭଳି ଭୟଭୀତ ନ ହେବା ପାଇଁ ସୂଚନା ଦିଆଯାଇଛି। ପ୍ରବଳ ବର୍ଷା ସାଙ୍ଗକୁ ୬୦ରୁ ୯୦ କି.ମି. ପର୍ଯ୍ୟନ୍ତ ପବନ ବହିବାକୁ ଥିବାବେଳେ ଭୟଭୀତ ନ ହୋଇ କେବଳ ସତର୍କ ଓ ସୁରକ୍ଷିତ ରହିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି। ତେଣୁ ୨୪ ଓ ୨୫ ତାରିଖ ହବିଷିଆଳି ମା’ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରଖାଯିବ।

ଜିଲାରେ ୨ ଓଡ୍ରାଫ ଟିମ୍‌, ୨ ଏନ୍‌ଡିଆରଏଫ୍‌ ଟିମ୍‌ ସମେତ ଅଗ୍ନିଶମ ବିଭାଗର ଅତିରିକ୍ତ ଟିମ୍‌ ମୁତୟନ ରହିଛନ୍ତି। ଜିଲାରେ ସମୁଦାୟ ୨୬ ଟିମ୍‌ ବିପର୍ଯ୍ୟୟ ମୁକାବିଲା ପାଇଁ ମୁତୟନ ରହିଛନ୍ତି। ୧୧ଟି ବ୍ଲକ୍‌ ସମେତ ଅତିରିକ୍ତ ୬ଟି ଫାୟାର ଟିମ୍‌ ମୁତୟନ ଅଛନ୍ତି। ରାଜସ୍ବ, ପୋଲିସ ଭେଟେରିନାରୀ ଟିମ୍‌ ପ୍ରସ୍ତୁତ ରହିବା ସହିତ ୮୦୦ ଦକ୍ଷ ମାନବ ସମ୍ବଳ ସମ୍ପନ୍ନ ଟିପିସିଓଡିଏଲ ଟିମ୍‌ ପ୍ରସ୍ତୁତ ରହିଛି। ସେହିଭଳି ୧୭୯ଟି ବାତ୍ୟା ଆଶ୍ରୟସ୍ଥଳ ଓ ସ୍କୁଲ କଲେଜ ସମେତ ୩୭୦ଟି ଅସ୍ଥାୟୀ କେନ୍ଦ୍ର ପ୍ରସ୍ତୁତ ରହିଛି। କ୍ଷୟକ୍ଷତି ଆକଳନ ସହ କିପରି ବାତ୍ୟା ପରବର୍ତ୍ତୀ ବିପର୍ଯ୍ୟୟ ମୁକାବିଲା ତ୍ୱରିତ ପରିଚାଳନା କରାଯାଇପାରିବ ସେନେଇ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି।

ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି, ବାତ୍ୟା ମୁକାବଲା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଛି। ମୁତୟନ ହୋଇଥିବା ଓଡ୍ରାଫ ଟିମ୍‌କୁ ୬ ଗୋଟି ଭାଗରେ ବିଭକ୍ତ କରାଯାଇ ବିଭିନ୍ନ ସ୍ଥାନକୁ ପଠାଯାଇଛି। ଏନଡିଆରଏଫ୍‌ର ଗୋଟିଏ ଟିମ୍‌କୁ କୃଷ୍ଣପ୍ରସାଦରେ ଓ ଆଉ ଗୋଟିଏ ଟିମ୍‌ ହେଡ୍‌କ୍ୱାର୍ଟର୍ସରେ ମୁତୟନ ରହିଛନ୍ତି। ପାଣି ଯୋଗାଣ ପାଇଁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଓ ୱାଟ୍‌କୋ ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଅଗ୍ନିଶ୍ରମ ବିଭାଗ କର୍ମଚାରୀ ସମସ୍ତ ବ୍ଲକ୍‌ରେ ମୁତୟନ ରହିଛନ୍ତି। ସମସ୍ତ ବ୍ଲକରେ ସନିୟର ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ହବିଷିଆଳିମାନେ ସେଣ୍ଟରଗୁଡ଼ିକରେ ରହିଛନ୍ତି। ଆବଶ୍ୟକ ପଡ଼ିଲେ ସ୍ଥାନାନ୍ତର କରାଯିବ। ସମସ୍ତ ଆବଶ୍ୟକ ସାମଗ୍ରୀ ମହଜୁଦ ରଖାଯାଇଛି। ୨୪ ଓ ୨୫ରେ ହବିଷିଆଳି ମା’ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରଖାଯିବ। ଏଥିସହ ପ୍ରଶାସନ ପକ୍ଷରୁ କେନ୍ଦ୍ରଗୁଡ଼ିକର ଯାଞ୍ଚ କରାଯାଇଛି। କେନ୍ଦ୍ରଗୁଡ଼ିକରେ ଡିଜି ସେଟ୍‌, ୩୦୦ ଲିଟର ଡିଜେଲ ମହଜୁଦ୍‌ ରଖାଯାଇଛି। ପରିମଳ ଉପରେ ଧ୍ୟାନ ଦିଆଯାଇଛି। ପାଣି ନଷ୍ଟ ନ କରିବାକୁ ହବିଷିଆଳିମାନଙ୍କୁ ପରାମର୍ଶ ଦିଆଯାଇଛି। ଭକ୍ତଙ୍କ ଦର୍ଶନ ଉପରେ କୌଣସି କଟକଣା ଲାଗୁ କରାଯାଇ ନାହିଁ। ତେବେ ଅଧିକ ବର୍ଷା ସମୟରେ ଭକ୍ତମାନେ ଶ୍ରୀମନ୍ଦିର ପରିସରକୁ ନ ଯାଇ ସୁରକ୍ଷିତ ଭାବରେ ଘରେ ରହିବା ନିମନ୍ତେ ଅନୁରୋଧ କରାଯାଉଛି। ସେହିପରି ବାତ୍ୟାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଚାରି ଦ୍ୱାର ସେଡ ଓ ଆନନ୍ଦବଜାର ସେଡ୍‌ର ଫ୍ରେମ୍‌ରୁ ଜରି ପାଲ କାଢ଼ି ନିଆଯାଇଛି ବୋଲି ଜିଲାପାଳ ସୂଚନା ଦେଇ କହିଛନ୍ତି। ଅପରପକ୍ଷରେ ବେଳାଭୂମିରେ ପର୍ଯ୍ୟଟକମାନଙ୍କ ସ୍ନାନ ସମ୍ପୂର୍ଣ୍ଣ ବନ୍ଦ ହୋଇଥିବା ବେଳେ ୧୪ଟି ସେକ୍ଟରରେ ୯୮ ଜଣ ସରକାରୀ ଲାଇଫ୍‌ ଗାର୍ଡ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri