ଜିଲା ଦାବିରେ ଅକ୍ଟୋବର ୩ ନୀଳଗିରି ବନ୍ଦ

ନୀଳଗିରି, ୨୪।୯(ପ୍ରଶାନ୍ତ ବିଶ୍ୱାଳ): ନୀଳଗିରିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ବିଭିନ୍ନ ସମୟରେ ସରକାରଙ୍କଠାରେ ଦାବି ହୋଇଆସୁଛି। ସେପ୍ଟେମ୍ବର ୧୬ତାରିଖରେ ଏନେଇ ଏକ ବିଶାଳ ଜନସମାବେଶରେ ନୀଳଗିରିକୁ ତୁରନ୍ତ ସରକାର ଜିଲା ଘୋଷଣା କରନ୍ତୁ ବୋଲି ଦୃଢ଼ ଦାବି ହୋଇଥିଲା। ସରକାରଙ୍କ ପକ୍ଷରୁ କୌଣସି ସକରାତ୍ମକ ପରିଣାମ ମିଳିପାରିନାହିଁ। ଏନେଇ ଶନିବାର ନୀଳଗିରି ଡାକବଙ୍ଗଳା ପରିସରରେ ଜିଲା କ୍ରିୟାନୁଷ୍ଠାନ କମିଟିର ଆବାହକ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀଙ୍କ ଆବାହନରେ ଏକ ବୈଠକ ବସିଥିଲା।
କ୍ରିୟାନୁଷ୍ଠାନ କମିଟିର ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରୀ କମିଟିରେ ଅବସରପ୍ରାପ୍ତ ବିଡ଼ିଓ ଦୟାନିଧି ମିଶ୍ର ଅଧ୍ୟକ୍ଷତା କରିଥିଲେ। ନୀଳଗିରି ଉପଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଥିଲେ ହେଁ ସରକାର ସକରାତ୍ମକ ପଦକ୍ଷେପ ନ ନେବା ଦୁର୍ଭାଗ୍ୟର ବିଷୟ ବୋଲି ଆବାହକ ଚିତ୍ତ ଷଡ଼ଙ୍ଗୀ ମତପୋଷଣ କରିଥିଲେ। ଏଥିପାଇଁ ନୀଳଗିରିବାସୀଙ୍କ ହକ୍‌ ପାଇଁ ଆସନ୍ତା ଅକ୍ଟୋବର ୩ତାରିଖରେ ନୀଳଗିରି ବନ୍ଦ ରଖିବାକୁ ବୈଠକରେ ସର୍ବସମ୍ମତିକ୍ରମେ ମତପ୍ରକାଶ ପାଇଥିଲା। କାର୍ଯ୍ୟକାରୀ କମିଟି ବୈଠକରେ ବାଉଁଶବଣିଆ ସରପଞ୍ଚ ନିରଞ୍ଜନ ବାରିକ, ସୁରେଶ ବେହେରା, ପିତାମ୍ବର ସିଂ, ଆଇନ୍‌ଜୀବୀ କିଶୋର ଦାସ, ଦେବେନ୍ଦ୍ର ପଣ୍ଡା, ସୁରେଶ ଦାସ, ପ୍ରଫୁଲ୍ଲ ବେହେରା ବିଜୟ ସ, ନିହାର ଜେନା, ଦାମୋଦର ବିଶ୍ୱାଳ, ଔପଦା କଂଗ୍ରେସ ସଭାପତି ଗଦାଧର ପରିଡ଼ା, ଶ୍ୟାମସୁନ୍ଦରପୁର ସରପଞ୍ଚ ପୁରସ୍ତମ ସେଠୀ, ନିରଞ୍ଜନ ଲେଙ୍କା, ହୃଦୟ ବେହେରା ପ୍ରମୁଖ ବହୁ ସଙ୍ଗଠକ ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?