Posted inଜାତୀୟ

ମୋଦିଙ୍କ ପାଇଁ ଅକ୍ଟୋବର ୭ ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୯।୯:ଚଳିତ ବର୍ଷ ଅକ୍ଟୋବର ୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଐତିହାସିକ ଦିନ ହେବାକୁ ଯାଉଛି। କାରଣ ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାମ୍ବିଧାନିକ ପଦବୀର ୨୦ବର୍ଷ ପୂରଣ କରିବାକୁ ଯାଉଛନ୍ତି। ଏହି ଦିନ ପ୍ରଧାନମନ୍ତ୍ରୀ ଦେବଭୂମୀ ଉତ୍ତରାଖଣ୍ଡ ପରିଦର୍ଶନ ଯିବେ ବୋଲି କୁହାଯାଉଛି। ଅବଶ୍ୟ ଏନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। ଏହି ଦିନ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡ ଗସ୍ତରେ ଆସିବେ ଏବଂ ସମ୍ଭବତଃ ଏହି ଐତିହାସିକ ଦିନରେ ସେ କେଦାରନାଥ ଯାଇ ଭଗବାନ ଶିବଙ୍କ ଆଶୀର୍ବାଦ ଲୋଡ଼ିବେ। ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ଜଲି ଗ୍ରାଣ୍ଟ ବିମାନବନ୍ଦର ଟର୍ମିନାଲକୁ ଉଦଘାଟନ କରିବେ ଏବଂ ଋଷିକେଶରେ ଅମ୍ଳଜାନ ପ୍ଲାଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
୭ ଅକ୍ଟୋବର ୨୦୦୧ରେ ନରେନ୍ଦ୍ର ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରଧାନମନ୍ତ୍ରୀ ପଦ ପର୍ଯ୍ୟନ୍ତ ଯାତ୍ରା ସଫଳତାର ସହ ଚାଲିଥିବା ମୋଦି ଏପର୍ଯ୍ୟନ୍ତ ତାଙ୍କ ନାମରେ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ହେଉଛନ୍ତି ପ୍ରଥମ ଅଣ-କଂଗ୍ରେସ ନେତା ଯିଏକି ଦୀର୍ଘ ଦିନ ଧରି ପ୍ରଧାନମନ୍ତ୍ରୀ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ତାଙ୍କ ପୂର୍ବରୁ ଏହି ରେକର୍ଡ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ଥିଲା। ୭ ଅକ୍ଟୋବର ୨୦୦୧ରେ ମୁଖ୍ୟମନ୍ତ୍ରୀ ହେବା ପରେ ସେ ପଛକୁ ଚାହିଁ ନ ଥିଲେ ଏବଂ ସେ ଲଗାତାର ୪ ଥର ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ। ଏକାଦଶ ଜ୍ୟୋର୍ତିଲିଙ୍ଗ କେଦାରନାଥ ଧାମ ଉପରେ ପ୍ରଧାନମନ୍ତ୍ରୀଙ୍କର ବହୁତ ବିଶ୍ୱାସ ରହିଛି। ଅଶୀ ଦଶକରେ ନରେନ୍ଦ୍ର ମୋଦି କେଦାରପୁରୀର ମନ୍ଦାକିନି ନଦୀର ବାମ ପାର୍ଶ୍ୱରେ ଅବସ୍ଥିତ ଗରୁଡଚଟ୍ଟୀରେ ଦେଢ ଼ ମାସ ଧ୍ୟାନ କରିଥିଲେ। ତା’ପରେ ସେ ବାବାଙ୍କ ଦର୍ଶନ ପାଇଁ ପ୍ରତିଦିନ କେଦାରନାଥ ମନ୍ଦିରରେ ପହଞ୍ଚୁଥିଲେ। ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦୀ ୩ ମେ ୨୦୧୭ ରେ ପ୍ରଥମ ଥର ପାଇଁ କେଦାରନାଥ ଯାଇଥିଲେ। ସ୍ବାଧୀନତା ପରେ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ, ଯିଏ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଚାରିଥର କେଦାରନାଥ ଗସ୍ତ କରିଥିଲେ। ଏହାପୂର୍ବରୁ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ଦୁଇଥର କେଦାରନାଥ ବାବାଙ୍କ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri