Posted inଜାତୀୟ

ମୋଦିଙ୍କ ପାଇଁ ଅକ୍ଟୋବର ୭ ଏକ ଐତିହାସିକ ଦିନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୯।୯:ଚଳିତ ବର୍ଷ ଅକ୍ଟୋବର ୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଐତିହାସିକ ଦିନ ହେବାକୁ ଯାଉଛି। କାରଣ ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାମ୍ବିଧାନିକ ପଦବୀର ୨୦ବର୍ଷ ପୂରଣ କରିବାକୁ ଯାଉଛନ୍ତି। ଏହି ଦିନ ପ୍ରଧାନମନ୍ତ୍ରୀ ଦେବଭୂମୀ ଉତ୍ତରାଖଣ୍ଡ ପରିଦର୍ଶନ ଯିବେ ବୋଲି କୁହାଯାଉଛି। ଅବଶ୍ୟ ଏନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। ଏହି ଦିନ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡ ଗସ୍ତରେ ଆସିବେ ଏବଂ ସମ୍ଭବତଃ ଏହି ଐତିହାସିକ ଦିନରେ ସେ କେଦାରନାଥ ଯାଇ ଭଗବାନ ଶିବଙ୍କ ଆଶୀର୍ବାଦ ଲୋଡ଼ିବେ। ଅକ୍ଟୋବର ୭ରେ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ଜଲି ଗ୍ରାଣ୍ଟ ବିମାନବନ୍ଦର ଟର୍ମିନାଲକୁ ଉଦଘାଟନ କରିବେ ଏବଂ ଋଷିକେଶରେ ଅମ୍ଳଜାନ ପ୍ଲାଣ୍ଟର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
୭ ଅକ୍ଟୋବର ୨୦୦୧ରେ ନରେନ୍ଦ୍ର ମୋଦି ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରଧାନମନ୍ତ୍ରୀ ପଦ ପର୍ଯ୍ୟନ୍ତ ଯାତ୍ରା ସଫଳତାର ସହ ଚାଲିଥିବା ମୋଦି ଏପର୍ଯ୍ୟନ୍ତ ତାଙ୍କ ନାମରେ ଅନେକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ହେଉଛନ୍ତି ପ୍ରଥମ ଅଣ-କଂଗ୍ରେସ ନେତା ଯିଏକି ଦୀର୍ଘ ଦିନ ଧରି ପ୍ରଧାନମନ୍ତ୍ରୀ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ତାଙ୍କ ପୂର୍ବରୁ ଏହି ରେକର୍ଡ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ଥିଲା। ୭ ଅକ୍ଟୋବର ୨୦୦୧ରେ ମୁଖ୍ୟମନ୍ତ୍ରୀ ହେବା ପରେ ସେ ପଛକୁ ଚାହିଁ ନ ଥିଲେ ଏବଂ ସେ ଲଗାତାର ୪ ଥର ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ। ଏକାଦଶ ଜ୍ୟୋର୍ତିଲିଙ୍ଗ କେଦାରନାଥ ଧାମ ଉପରେ ପ୍ରଧାନମନ୍ତ୍ରୀଙ୍କର ବହୁତ ବିଶ୍ୱାସ ରହିଛି। ଅଶୀ ଦଶକରେ ନରେନ୍ଦ୍ର ମୋଦି କେଦାରପୁରୀର ମନ୍ଦାକିନି ନଦୀର ବାମ ପାର୍ଶ୍ୱରେ ଅବସ୍ଥିତ ଗରୁଡଚଟ୍ଟୀରେ ଦେଢ ଼ ମାସ ଧ୍ୟାନ କରିଥିଲେ। ତା’ପରେ ସେ ବାବାଙ୍କ ଦର୍ଶନ ପାଇଁ ପ୍ରତିଦିନ କେଦାରନାଥ ମନ୍ଦିରରେ ପହଞ୍ଚୁଥିଲେ। ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦୀ ୩ ମେ ୨୦୧୭ ରେ ପ୍ରଥମ ଥର ପାଇଁ କେଦାରନାଥ ଯାଇଥିଲେ। ସ୍ବାଧୀନତା ପରେ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ, ଯିଏ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଚାରିଥର କେଦାରନାଥ ଗସ୍ତ କରିଥିଲେ। ଏହାପୂର୍ବରୁ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ ଭାବରେ ଦୁଇଥର କେଦାରନାଥ ବାବାଙ୍କ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri