ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର ସାହୁ(୩୮)ଙ୍କ ହତ୍ୟାର ସିନ ରିକ୍ରିଏଶନ କରୁଛି ପୋଲିସ। ହତ୍ୟାକାଣ୍ଡସ୍ଥଳ କଦଳୀବନ୍ଧ ଗାଁ ନିକଟସ୍ଥ ନୟାଗଡ଼ ଭଞ୍ଜନଗର ରାସ୍ତା ନିକଟରେ ଅଭିଯୁକ୍ତମାନେ କେମିତି ହତ୍ୟା କଲେ ଦେଖାଉଛନ୍ତି। ଏହି ହତ୍ୟାକାଣ୍ଡରେ ୭ ଜଣ ନିୟୋଜିତ ହୋଇଥିଲେ ହେଁ ୬ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏମାନଙ୍କ ମଧ୍ୟରୁ ଓଡ଼ଗାଁର ପୂର୍ଣ୍ଣଚନ୍ଦ୍ର ନାୟକ, ରୋହିବାଙ୍କ ଧୋବାସାହିର ମହନ୍ତ ନାୟକ, ଓଡ଼ଗାଁ ମହାପୁରସାହିର ମାନସ ବେହେରା ଓ କୋମଣ୍ଡ ମକରପଦାର ଶ୍ରୀଧର ସାହୁଙ୍କ ସମେତ ୪ ଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।

ସୂଚନା ଅନୁସାରେ, ରବିବାର ରାତିରେ ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର ସାହୁ ନିଜ ବନ୍ଧୁ ସନ୍ତୋଷ କୁମାର ପ୍ରଧାନଙ୍କ କାର୍‌ରେ ଯାତ୍ରା କରୁଥିଲେ। କଦଳୀବନ୍ଧଠାରେ ରବିବାର ରାତି ପ୍ରାୟ ୧୨.୫୦ରେ ଦୁଇ ବନ୍ଧୁ ଅଟକି ମାଙ୍କଡାପଥର ବୋଝେଇ ଦୁଇଟି ଟ୍ରକ୍‌କୁ ଅଟକାଇ ମାଙ୍କଡ଼ାପଥର ବେଆଇନ ପରିବହନ ସମ୍ପର୍କିିତ ସମସ୍ୟାର ସମାଧାନ ପାଇଁ ଟଙ୍କା ମାଗିଥିଲେ। ଏହାପରେ ଅଭିଯୁକ୍ତଙ୍କ ସହ ଦୁଇ ବନ୍ଧୁ ଅଜିତ ଓ ସନ୍ତୋଷଙ୍କ ସହ ପୂର୍ଣ୍ଣଚନ୍ଦ୍ରଙ୍କର ଯୁକ୍ତିତର୍କ କଥାକଟାକଟି ହୋଇଥିଲା। ପରେ ପରେ ଅଜିତଙ୍କୁ ହାଣି ଚାଲିଥିଲେ। ଆଜିତଙ୍କର ଉଭୟ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ପରେ ଡାହାଣ ହାତର ପାପୁଲି କଟି ଯାଇଥିଲା। ଘଟଣାସ୍ଥଳରେ ଅଜିିତଙ୍କର ମୃତ୍ୟୁ ହୋଇଥିଲା। ଅଭିଯୁକ୍ତମାନେ ହତ୍ୟାକାଣ୍ଡ ଘଟାଇ ଫେରାର ହୋଇଯାଇଥିଲେ। ଅଜିତଙ୍କ ସାଙ୍ଗ ଘଟଣାସ୍ଥଳରୁ ବୁଦ୍ଧି ଖଟାଇ ଖସି ଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?