ଓଡେଶାକୁ ମିଶାଇଲ ମାଡରେ ୩ମୃତ ୧୩ଆହତ

କିଭ୍‌,୧୪।୬: ଋଷର ରାତିସାରା ମିଶାଇଲ ମାଡରେ ଥରିଉଠିଛି ୟୁକ୍ରେନର ବ୍ଲାକ୍‌ ସି ବନ୍ଦର। ଋଷ ବ୍ଲାକ୍‌ ସି ବନ୍ଦରର ଓଡେଶାରେ କିଛି ଅଟ୍ଟାଳିକାକୁ ଟାର୍ଗେଟ କରି ମିଶାଇଲ୍‌ ମାଡ କରିଛି। ଯେଉଁଥିରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ଜଣ ଆହତ ହୋଇଛନ୍ତି। ୟୁକ୍ରେନର ସେନା ବୁଧବାର ଏନେଇ ସୂଚନା ଦେଇଛନ୍ତି।
ସେନା କହିଛି ଯେ ମୃତ ତିନିଜଣ ବ୍ୟକ୍ତି ଖୁଚୁରା ଚେନର ଗୋଦାମରେ କାମ କରନ୍ତି। ମିଶାଇଲ ମାଡବେଳେ ସେମାନେ ଗୋଦାମରେ କାମ କରୁଥିଲେ। ଏଥିସହ ୭ଜଣ ଗୁରୁତର ଆହତ ହୋଇଛନ୍ତି। ମିଶାଇଲ ମାଡରେ ବହୁ ଅଟ୍ଟାଳିକା ଧ୍ୱସଂ ହୋଇଛି। ଏଥିରେ ଅନେକ ଲୋକ ତଳେ ଫସି ରହିପାରନ୍ତି ବୋଲି ଆଶଙ୍କା କରାଯାଉଛି।

ୟୁକ୍ରେନର ସଶସ୍ତ୍ର ବାହିନୀର ସାଉଥ କମାଣ୍ଡ କହିଛନ୍ତି, ଋଷ ସହରରେ କ୍ରୁଜ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। କିନ୍ତୁ ଦୁଇଟି ମିଶାଇଲକୁ ସେନା ନଷ୍ଟ କରିଦେଇଛି। ମିଶାଇଲ ମାଡ ଯୋଗୁ ବ୍ୟବସାୟ କେନ୍ଦ୍ର, ଶିକ୍ଷାନୁଷ୍ଠାନ, ଆବାସିକ ପରିସର, ବିଭିନ୍ନ ଖାଦ୍ୟ ପ୍ରତିଷ୍ଠାନ ଏବଂ ସହରର ଅନେକ ଦୋକାନ କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri