Posted inଖେଳ

ଓଡ଼ଗାଁ କପ୍‌: ରାମଧୁନ କ୍ଲବ ଚାମ୍ପିୟନ

ଓଡ଼ଗାଁ, ୧୯ା୧୨ (ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ସର୍ବଭାରତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ କମିଟି ଆନୁକୂଲ୍ୟରେ ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ୪ର୍ଥ ରାଜ୍ୟସ୍ତରୀୟ ଓଡ଼ଗାଁ କପ ଫୁଟ୍‌ବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ ସୋନପୁରର ରାମଧୁନ କ୍ଲବ ୨-୧ ଗୋଲ୍‌ରେ ଜଗା ୟୁନାଇଟେଡ୍‌ ଭୁବନେଶ୍ୱରକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ପ୍ରଥମାର୍ଦ୍ଧ ଖେଳର ୬ଷ୍ଠ ମିନିଟ୍‌ରେ ସୋନପୁର ଦଳର ନାଇଜେରିଆନ ଖେଳାଳି ଲକି ପ୍ରଥମ ଗୋଲ ସ୍କୋର କରିଥିଲେ । ଦ୍ୱିତୀୟାର୍ଦ୍ଧ ଖେଳର ୫ମ ମିନିଟ୍‌ରେ ମିଥୁନ ସାହୁ ଏକ ଗୋଲ୍‌ ଦେଇ ସୋନପୁର ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ଜଗା ୟୁନାଇଟେଡ୍‌ ଭୁବନେଶ୍ୱର ଉଦ୍ୟମ ଜାରି ରଖିଥିଲା।

ଖେଳର ୨୪ତମ ମିନିଟ୍‌ରେ ଗୋପାଳ ସିଂ ଦଳ ପକ୍ଷରୁ ଏକମାତ୍ର ଗୋଲ୍‌ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ମ୍ୟାଚ୍‌ର ଅବଶିଷ୍ଟ ସମୟ ସଂଘର୍ଷପୂର୍ଣ୍ଣ ଥିଲା। ଏହି ସମୟ ମଧ୍ୟରେ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲେ। ଫଳରେ ରାମଧୁନ କ୍ଲବ ୨-୧ରେ ବିଜୟୀ ହୋଇଥିଲା। ଦଳର ନାଇଜେରିଆନ ଖେଳାଳି ଲକିଙ୍କୁ ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି ଏବଂ ମିଥୁନ ସାହୁଙ୍କୁ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ଘୋଷଣା କରାଯାଇଥିଲା। ଉଭୟଙ୍କୁ ଟ୍ରଫି ସହ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଥିଲା ।

ଟୁର୍ନାମେଣ୍ଟ କମିଟି ସଭାପତି ତଥା ବିଧାୟକ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ରଣପୁର ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ଜିଲାପାଳ ରବୀନ୍ଦ୍ର କୁମାର ସାହୁ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ରାମଧୁନ କ୍ଲବ ସୋନପୁର ଟିମ୍‌କୁ ଚାମ୍ପିୟନ ଟ୍ରଫି ସହିତ ନଗଦ ୨୫ ହଜାର ଏବଂ ରନର୍ସ ଅପ୍‌ ଦଳ ଜଗା ୟୁନାଇଟେଡ୍‌ ଭୁବନେଶ୍ୱର ଟିମ୍‌କୁ ରନର୍ସ ଅପ୍‌ ଟ୍ରଫି ସହ ନଗଦ ୧୫ ହଜାର ଟଙ୍କା ଆର୍ଥିକ ପୁରସ୍କାର ଅତିଥିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ସୁଦୀପ୍ତ ଦାଶ, ବ୍ରହ୍ମାନନ୍ଦ ଭୋଇ, ପ୍ରିୟବ୍ରତ ବାହିନୀପତି ଓ ଏସ୍‌କେ ମୁକିମ୍‌ ପ୍ରମୁଖ ମ୍ୟାଚ୍‌ ପରିଚାଳନା କରିଥିଲେ। ଫାଇନାଲ ମ୍ୟାଚ୍‌ ପ୍ରାରମ୍ଭରେ ସ୍ଥାନୀୟ ସ୍କୁଲ ଓ କଲେଜର ୫୦୦ ଛାତ୍ରୀଛାତ୍ର ମିଳିତ ଭାବେ ପରେଡ୍‌ ପ୍ରଦର୍ଶନ କରିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଟୁର୍ନାମେଣ୍ଟ କମିଟି ସମ୍ପାଦକ ଲୋକନାଥ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ନିତ୍ୟାନନ୍ଦ ପ୍ରଧାନ, ବିଭୁପ୍ରସାଦ ସାହୁ, ଦିବାକର ନାୟକଙ୍କ ସମେତ କମିଟି ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri