Posted inଖେଳ

ଦିନିକିଆ ସିରିଜ: ପୁଣେରେ ଭାରତୀୟ ଦଳ ପହଞ୍ଚିଲା

ପୁଣେ, ୨୨।୩(ପି.ଟି.): ଇଂଲଣ୍ଡର ଭାରତ ଗସ୍ତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଟେଷ୍ଟ ପରେ ଟି୨୦ ସିରିଜ ଅନୁଷ୍ଠିତ ହୋଇଯାଇଛି। ଏବେ ପୁଣେରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଖେଳିବାକୁ ଭାରତୀୟ ଦଳ ପୁଣେରେ ପହଞ୍ଚିଛି। ଟେଷ୍ଟ ସିରିଜରେ ଭାରତ ୩-୧ରେ ବିଜୟୀ ହେବା ପରେ ଟି୨୦ରେ ୩-୨ରେ ବାଜି ମାରିଛି। ଟେଷ୍ଟ ମ୍ୟାଚ୍‌ଗୁଡ଼ିକ ଚେନ୍ନାଇ ଓ ଅହମଦାବାଦରେ ଖେଳାଯାଇଥିଲା। ସେହିପରି ଟି୨୦ ମ୍ୟାଚଗୁଡ଼ିକ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା।
ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଅହମଦାବାଦରୁ ଏକ ଚାର୍ଟାଡ ଫ୍ଲାଇଟ୍‌ରେ ଅପରାହ୍ନ ୪.୪୫ରୁ ଯାତ୍ରା ଆରମ୍ଭ କରିଥିଲା। ୩ଟି ଦିନିକିଆ ମ୍ୟାଚ୍‌ ଗହୁଞ୍ଜେସ୍ଥିତ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଗ୍ରାଉଣ୍ଡରେ ମାର୍ଚ୍ଚ ୨୩, ୨୬ ଓ ୨୮ ତାରିଖରେ ଖେଳାଯିବ। ତେବେ ଷ୍ଟାଡିୟମରେ ଦର୍ଶକ ଅନୁପସ୍ଥିତ ରହିବେ। ଭାରତୀୟ ଦିନିକିଆ ଦଳରେ କର୍ନାଟକ ଦ୍ରୁତ ବୋଲର ପ୍ରସିଦ୍ଧ କ୍ରିଷ୍ଣା, ଅଲ୍‌ରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବଙ୍କୁ ସାମିଲ କରାଯାଇଛି। କୋହଲିଙ୍କୁ ବାଦ୍‌ ଦେଲେ ଦଳରେ ରୋହିତ ଶର୍ମା, ଶିଖର ଧାଓ୍ବନ, ଶୁବମନ ଗିଲ, ଶ୍ରେୟାସ ଆୟାର, ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ ଓ ଅଭିଜ୍ଞ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଦଳରେ ସାମିଲ ହୋଇଛନ୍ତି। ଗତବର୍ଷ ଅଷ୍ଟ୍ରେଲିଆରେ ଭାରତ ଦିନିକିଆ ସିରିଜରେ ୧-୨ ବ୍ୟବଧାନରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri