Posted inଖେଳ

ଦିନିକିଆ ସିରିଜ: ପୁଣେରେ ଭାରତୀୟ ଦଳ ପହଞ୍ଚିଲା

ପୁଣେ, ୨୨।୩(ପି.ଟି.): ଇଂଲଣ୍ଡର ଭାରତ ଗସ୍ତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଟେଷ୍ଟ ପରେ ଟି୨୦ ସିରିଜ ଅନୁଷ୍ଠିତ ହୋଇଯାଇଛି। ଏବେ ପୁଣେରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଖେଳିବାକୁ ଭାରତୀୟ ଦଳ ପୁଣେରେ ପହଞ୍ଚିଛି। ଟେଷ୍ଟ ସିରିଜରେ ଭାରତ ୩-୧ରେ ବିଜୟୀ ହେବା ପରେ ଟି୨୦ରେ ୩-୨ରେ ବାଜି ମାରିଛି। ଟେଷ୍ଟ ମ୍ୟାଚ୍‌ଗୁଡ଼ିକ ଚେନ୍ନାଇ ଓ ଅହମଦାବାଦରେ ଖେଳାଯାଇଥିଲା। ସେହିପରି ଟି୨୦ ମ୍ୟାଚଗୁଡ଼ିକ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା।
ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଅହମଦାବାଦରୁ ଏକ ଚାର୍ଟାଡ ଫ୍ଲାଇଟ୍‌ରେ ଅପରାହ୍ନ ୪.୪୫ରୁ ଯାତ୍ରା ଆରମ୍ଭ କରିଥିଲା। ୩ଟି ଦିନିକିଆ ମ୍ୟାଚ୍‌ ଗହୁଞ୍ଜେସ୍ଥିତ ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଗ୍ରାଉଣ୍ଡରେ ମାର୍ଚ୍ଚ ୨୩, ୨୬ ଓ ୨୮ ତାରିଖରେ ଖେଳାଯିବ। ତେବେ ଷ୍ଟାଡିୟମରେ ଦର୍ଶକ ଅନୁପସ୍ଥିତ ରହିବେ। ଭାରତୀୟ ଦିନିକିଆ ଦଳରେ କର୍ନାଟକ ଦ୍ରୁତ ବୋଲର ପ୍ରସିଦ୍ଧ କ୍ରିଷ୍ଣା, ଅଲ୍‌ରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବଙ୍କୁ ସାମିଲ କରାଯାଇଛି। କୋହଲିଙ୍କୁ ବାଦ୍‌ ଦେଲେ ଦଳରେ ରୋହିତ ଶର୍ମା, ଶିଖର ଧାଓ୍ବନ, ଶୁବମନ ଗିଲ, ଶ୍ରେୟାସ ଆୟାର, ହାର୍ଦ୍ଦିକ ପାଣ୍ଡ୍ୟା, ରିଷଭ ପନ୍ତ ଓ ଅଭିଜ୍ଞ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଦଳରେ ସାମିଲ ହୋଇଛନ୍ତି। ଗତବର୍ଷ ଅଷ୍ଟ୍ରେଲିଆରେ ଭାରତ ଦିନିକିଆ ସିରିଜରେ ୧-୨ ବ୍ୟବଧାନରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri