Posted inଖେଳ

୨୫ କୋଟି ଟଙ୍କାରେ ଦିଲ୍ଲୀ ଷ୍ଟାଡିୟମର ହେବ ନବୀକରଣ

ନୂଆଦିଲ୍ଲୀ, ୨୮ା୬: ଆସନ୍ତା ଅକ୍ଟୋବର ମାସରେ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ ଭାରତରେ ଅନୁଷ୍ଠିତ ହେବ। ଭାରତର ଅହମଦାବାଦ, ହାଇଦ୍ରାବାଦ, ଧର୍ମଶାଳା, ଦିଲ୍ଲୀ, ଚେନ୍ନାଇ, ଲକ୍ଷ୍ନୌ, ପୁଣେ, ବେଙ୍ଗାଲୁରୁ, ମୁମ୍ବାଇ ଓ କୋଲକାତା ଭଳି ୧୦ଟି ଭେନ୍ୟୁରେ ୪୮ ମ୍ୟାଚ ଖେଳାଯିବ।

ଏପରିକି ଓ୍ବାର୍ମଅପ୍‌ ମ୍ୟାଚ୍‌ଗୁଡିକ ହାଇଦ୍ରାବାଦ, ଥିରୁଭାନନ୍ତପୁରମ୍‌ ଓ ଗୁଆହାଟୀରେ ଖେଳାଯିବା ନେଇ ସ୍ଥିର ହୋଇଛି। ବିଶ୍ୱକପ ପୂର୍ବରୁ ଦିଲ୍ଳୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମ ଉନ୍ନତୀକରଣ ପାଇଁ ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ(ଡିଡିସିଏ) ନିଷ୍ପତ୍ତି ନେଇଛି।

ଏପରିକି ବିସିସିଆଇ ପକ୍ଷରୁ ନିଆ ଯାଇଥିବା ନିଷ୍ପତ୍ତି ଅନୁସାରେ କେବଳ ଦିଲ୍ଲୀ ନୁହେଁ ହାଇଦ୍ରାବାଦ, କୋଲକାତା, ମୁମ୍ବାଇ ଓ ମୋହାଲି ଷ୍ଟାଡିୟମର ମଧ୍ୟ ନବୀକରଣ କରାଯିବ। ଅରୁଣ ଜେଟଲୀ ଷ୍ଟାଡିୟମର ନବୀକରଣ ପାଇଁ ୨୦ରୁ ୨୫କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି କୁହାଯାଇଛି।

୩୫ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମର ୧୦ ହଜାର ପୁରୁଣା ସିଟ୍‌କୁ ବଦଳାଇବାକୁ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ପରିସ୍କାର ଟଏଲେଟ ଏବଂ ସୁଷମ ଖାଦ୍ୟ ଯୋଗାଇବାକୁ ପ୍ରୟାସ କରିବୁ ବୋଲି ଡିଡିସିଏ ପକ୍ଷରୁ କୁହାଯାଇଛି। ସେପ୍ଟେମ୍ବର ୧୫ ସୁଦ୍ଧା ସମସ୍ତ କାର୍ଯ୍ୟ ଶେଷ ହେବ ବୋଲି ଡିଡିସିଏର ଯୁଗ୍ମ ସଚିବ ରାଜନ୍‌ ମନଚନ୍ଦା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri