Posted inଖେଳ

ବିଶ୍ୱକପ ୨୦୨୩: ଭାରତ-ପାକ୍‌ ମ୍ୟାଚର ତାରିଖରେ ହୋଇପାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୭: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଭାରତରେ କ୍ରିକେଟର ସବୁଠାରୁ ବଡ ମହାକୁମ୍ଭ ଅର୍ଥାତ୍‌ ଆଇସିସି କ୍ରିକେଟ ବିଶ୍ୱକପ ଖେଳାଯିବ। କ୍ରିକେଟର ଏହି ମହାକୁମ୍ଭ ୫ ଅକ୍ଟୋବରରୁ ଆରମ୍ଭ। ଏଥି ସହିତ ଟୁର୍ଣ୍ଣାମେଣ୍ଟର ସବୁଠାରୁ ବଡ ମ୍ୟାଚ ଅର୍ଥାତ୍‌ ଇଣ୍ଡୋ-ପାକ୍‌ ମ୍ୟାଚ ଅକ୍ଟୋବର ୧୫ରେ ଅହମ୍ମଦାବାଦରେ ଖେଳାଯିବ, କିନ୍ତୁ ବର୍ତ୍ତମାନ ଏହାର ତାରିଖରେ ପରିବର୍ତ୍ତନ ହୋଇପାରେ। ଏ ସମ୍ପର୍କରେ ଅନେକ ତଥ୍ୟ ସାମ୍ନାକୁ ଆସିଛି।

ରିପୋର୍ଟ ଅନୁଯାୟୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ତାରିଖ ପରିବର୍ତ୍ତନ କରାଯାଇପାରେ। ରିପୋର୍ଟରେ କୁହାଯାଇଛି ଯେ ବିସିସିଆଇର ଜଣେ ଅଧିକାରୀ ସେମାନଙ୍କୁ କହିଛନ୍ତି, ସୁରକ୍ଷା ଦୃଷ୍ଟିରୁ ଏହି ମ୍ୟାଚର ତାରିଖ ପରିବର୍ତ୍ତନ କରାଯାଇପାରେ।

ରିପୋର୍ଟରେ ଆହୁରି କୁହାଯାଇଛି ଯେ ସୁରକ୍ଷା ଏଜେନ୍ସି କହିଛି ଯେ ଭାରତ ଏବଂ ପାକିସ୍ତାନ ଭଳି ହାଇ ପ୍ରୋଫାଇଲ ମ୍ୟାଚ, ଯେଉଁଥିରେ ଲକ୍ଷ ଲକ୍ଷ ଦର୍ଶକ ଷ୍ଟାଡିୟମକୁ ଆସନ୍ତି, ସୁରକ୍ଷା ପାଇଁ ବିପୁଳ ପରିମାଣର ଏଜେନ୍ସି ଏବଂ ପୋଲିସ ଆବଶ୍ୟକ ହେବ, କିନ୍ତୁ ସେହି ସମୟ ମଧ୍ୟରେ ସୁରକ୍ଷା ଏଜେନ୍ସି ଏବଂ ପୋଲିସ ନବରାତ୍ରୀ ବ୍ୟବସ୍ଥାରେ ନିୟୋଜିତ ହେବେ।

ବିସିସିଆଇ ସଚିବ ଜୟ ଶାହା ୨୦୨୩ ଦିନିକିଆ ବିଶ୍ୱକପ ମ୍ୟାଚ ଆୟୋଜନ କରୁଥିବା ରାଜ୍ୟ ସଙ୍ଗଠନଗୁଡ଼ିକୁ ଚିଠି ଲେଖି ୨୭ ଜୁଲାଇରେ ହେବାକୁ ଥିବା ବୈଠକରେ ଯୋଗଦେବାକୁ କହିଛନ୍ତି। ଏହି ବୈଠକରେ ବୋର୍ଡ ସଦସ୍ୟମାନଙ୍କୁ ଅହମ୍ମଦାବାଦରେ ସୁରକ୍ଷା ବ୍ୟବସ୍ଥା ବିଷୟରେ କହିପାରନ୍ତି। ଏହା ସହିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ପାଇଁ ଏକ ନୂଆ ତାରିଖ ମଧ୍ୟ ସ୍ଥିର ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri