Posted inଖେଳ

ବିଶ୍ୱକପରେ ଟିମ ଇଣ୍ଡିଆର ନୂଆ କାର୍ଯ୍ୟସୂଚୀ, ଜାଣନ୍ତୁ କେବେ, କାହା ସହିତ ହେବ ମୁକାବିଲା

ନୂଆଦିଲ୍ଲୀ,୧୧।୮: କ୍ରିକେଟର ସବୁଠାରୁ ବଡ ମହାକମ୍ଭ ଅର୍ଥାତ୍‌ ଦିନିକିଆ ବିଶ୍ୱକପ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଖେଳାଯିବ। ବର୍ତ୍ତମାନ ବିଶ୍ୱକପ ଆରମ୍ଭ ପାଇଁ ପ୍ରାୟ ୫୦ ଦିନ ବାକି ଅଛି। ବିଶ୍ୱକପ୍ର ପ୍ରଥମ ମ୍ୟାଚ ୫ ଅକ୍ଟୋବରରେ ଖେଳାଯିବ। ଏଥି ସହିତ ଦିନିକିଆ ବିଶ୍ୱକପରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ମ୍ୟାଚ ୮ ଅକ୍ଟୋବରରେ ଖେଳିବ। ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଦଳ ମୋଟ ୯ଟି ମ୍ୟାଚ ଖେଳିବ। ତେବେ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର କାର୍ଯ୍ୟସୂଚୀ କ’ଣ ଜାଣନ୍ତୁ।

ଅକ୍ଟୋବର ୧୨ରେ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଖେଳାଯିବ, ଅକ୍ଟୋବର ୧୩ରେ ନ୍ୟୁଜିଲ୍ୟାଣ୍ଡ ଏବଂ ବାଂଲାଦେଶ ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଭାରତୀୟ ସମୟାନୁଯାୟୀ, ଅପରାହ୍ନ ୨ଟାରୁ ଆରମ୍ଭ ହେବ। ଅକ୍ଟୋବର ୧୪ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ପାକିସ୍ତାନ ଦଳ ମୁହାଁମୁହିଁ ହେବେ। ଏହି ମ୍ୟାଚ ଅପରାହ୍ନ ୨ଟାରୁ ଖେଳାଯିବ। ସେହିପରି ଇଂଲଣ୍ଡ ଏବଂ ଆଫଗାନିସ୍ତାନ ମଧ୍ୟରେ ମ୍ୟାଚ ଅକ୍ଟୋବର ୧୫ରେ ଖେଳାଯିବ।

ଅଷ୍ଟ୍ରେଲିଆ ଏବଂ ବାଂଲାଦେଶ ମଧ୍ୟରେ ମ୍ୟାଚ ୧୧ନଭେମ୍ବରରେ ପୂର୍ବାହ୍ନ ୧୦.୩୦ରେ ଖେଳାଯିବ। ଏହି ଦିନ ଅର୍ଥାତ୍‌ ୧୧ ନଭେମ୍ବରରେ ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ହେବ। ଏହି ମ୍ୟାଚ ଅପରାହ୍ନ ୨ଟାରୁ ଖେଳାଯିବ। ଏହା ବ୍ୟତୀତ ନଭେମ୍ବର ୧୨ ରେ ଭାରତୀୟ ଦଳ ସାମ୍ନାରେ ନେଦରଲ୍ୟାଣ୍ଡର ଆହ୍ବାନ ହେବ। ଭାରତ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ଅପରାହ୍ନ ୨ଟାରୁ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri