Posted inଖେଳ

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ ଟୁର୍ଣ୍ଣାମେଣ୍ଟର ସୂଚୀ ଘୋଷଣା କରିବାକୁ ଯାଉଛି । ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଓ ନାମିବିଆରେ ଏହି ବିଶ୍ୱକପ୍‌ ଆୟୋଜିତ ହେବ। ଏଥର ବିଶ୍ୱକପ୍‌ରେ ୧୪ଟି ଦଳ ଅଂଶଗ୍ରହଣ କରିବେ। ଏହା ସହ ଟୁର୍ଣ୍ଣାମେଣ୍ଟର ଫର୍ମାଟ୍‌ରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଟିକେଟ୍‌ ପାଇଁ ବ୍ୟାଲଟ୍‌ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ । ତେବେ ତୁରନ୍ତ ଟିକେଟ୍‌ କିଣିହେବ ନାହିଁ, ପ୍ରଶଂସକମାନେ ପ୍ରଥମେ ରେଜିଷ୍ଟର କରିପାରିବେ।

ରିପୋର୍ଟ ଅନୁସାରେ, ୨୦୨୭ ବିଶ୍ୱକପ୍‌ ଅକ୍ଟୋବର ୨ ତାରିଖରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ଅକ୍ଟୋବର ଆରମ୍ଭରୁ ଆରମ୍ଭ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟ ନଭେମ୍ବରରେ ଶେଷ ହେବ। ନଭେମ୍ବର ୨୧ରେ ଫାଇନାଲ୍‌ ଖେଳାଯାଇପାରେ। ଅକ୍ଟୋବର ୨ରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ କରିବା ନେଇ ଭାରତର ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ସହ ଯୋଡ଼ି ଦେଖାଯାଉଛି। ତେବେ ଅନ୍ତିମ ସୂଚୀ ICCର ଅଧିକାରିକ ଘୋଷଣା ପରେ ସ୍ପଷ୍ଟ ହେବ।

ବିଶ୍ୱକପ୍‌ର ୧୪ଟି ଦଳ ମଧ୍ୟରୁ ୧୦ଟି ଦଳର ସ୍ଥାନ ସେପ୍ଟେମ୍ବର ୩୦ ସୁଦ୍ଧା ପ୍ରାୟ ନିଶ୍ଚିତ ହୋଇଯିବ । ଏଥିରେ ଆୟୋଜକ ଦକ୍ଷିଣ ଆଫ୍ରିକା ଓ ଜିମ୍ବାୱେ ସିଧାସଳଖ ସ୍ଥାନ ପାଇବେ । ଅନ୍ୟ ୮ଟି ଦଳ ICC ODI ରାଙ୍କିଙ୍ଗ୍‌ ଆଧାରରେ ଯୋଗ୍ୟତା ହାସଲ କରିବେ। ବାକି ୪ଟି ଦଳ କ୍ୱାଲିଫାୟର୍‌ ମାଧ୍ୟମରେ ବିଶ୍ୱକପ୍‌କୁ ଆସିବେ। ସୂଚୀରେ ସେମାନଙ୍କୁ କ୍ୱାଲିଫାୟର୍‌ ୧, ୨, ୩ ଓ ୪ ଭାବେ ଦର୍ଶାଯାଇପାରେ।

ବିଶେଷ କଥା ହେଉଛି, ଆୟୋଜକ ଦେଶ ନାମିବିଆର ବିଶ୍ୱକପ୍‌ ଯୋଗ୍ୟତା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ। ତେଣୁ ଆୟୋଜକ ହୋଇଥିଲେ ମଧ୍ୟ ତାଙ୍କୁ କ୍ୱାଲିଫିକେସନ୍‌ ପ୍ରକ୍ରିୟା ଦେଇ ଆସିବାକୁ ପଡ଼ିପାରେ। ବର୍ତ୍ତମାନର ODI ରାଙ୍କିଙ୍ଗ୍‌ ଆଧାରରେ ଭାରତ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ଅଷ୍ଟ୍ରେଲିଆ, ଇଂଲଣ୍ଡ, ଶ୍ରୀଲଙ୍କା, ଆଫଗାନିସ୍ତାନ ଓ ବାଂଲାଦେଶ ବିଶ୍ୱକପ୍‌ ସ୍ଥାନ ପାଇବା ଦୌଡ଼ରେ ରହିଛନ୍ତି।

ବାଂଲାଦେଶ ୯ମ ସ୍ଥାନରେ ଥିଲେ ମଧ୍ୟ ସ୍ଥାନ ପାଇପାରେ, କାରଣ ତୃତୀୟ ସ୍ଥାନରେ ଥିବା ଦକ୍ଷିଣ ଆଫ୍ରିକା ଆୟୋଜକ ଭାବେ ନିଜ ସ୍ଥାନ ହାସଲ କରିସାରିଛି। ଅନ୍ୟପଟେ ୱେଷ୍ଟଇଣ୍ଡିଜକୁ ବିଶ୍ୱକପ୍‌ରେ ସ୍ଥାନ ପାଇବା ପାଇଁ କ୍ୱାଲିଫାୟର୍‌ ଖେଳିବାକୁ ପଡ଼ିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?