Posted inଜାତୀୟ

ଓଡ଼ିଆ ବାୟୁସେନା ଅଧିକାରୀ ଇଷ୍ଟର୍ନ ଏୟାର କମାଣ୍ଡ ମୁଖ୍ୟ

ନୂଆଦିଲ୍ଲୀ, ୩।୧୦: ବାୟୁସେନାର ଓଡ଼ିଆ ଅଫିସର ଏୟାର ମାର୍ଶାଲ ଦିଲୀପ କୁମାର ପଟ୍ଟନାୟକ ଇଷ୍ଟର୍ନ ଏୟାର କମାଣ୍ଡ୍‌ର ଏୟାର ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ ନିଯୁକ୍ତ ହୋଇଛନ୍ତି। ଏଭଳି ସମ୍ମାନଜନକ ପଦବୀକୁ ପଦୋନ୍ନତି ପାଇବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ବାୟୁସେନା ଅଧିକାରୀ। ରବିବାର ସେ ନୂଆ ପଦବୀରେ ଦାୟିତ୍ୱ ଗ୍ରହଣ କରିବେ। ଭୁବନେଶ୍ୱରର ଦିଲୀପ ପଟ୍ଟନାୟକ ୧ ନମ୍ବର କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ଡିଏମ୍‌ ସ୍କୁଲ୍‌ର ପୂର୍ବତନ ଛାତ୍ର। ମିରାଜ୍‌ ପାଇଲଟ ଭାବେ ୧୯୯୯ କାର୍ଗିଲ ଯୁଦ୍ଧ ବେଳେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ସେ ବାୟୁସେନା ମେଡାଲ ପାଇଥିଲେ।
ଉଲ୍ଲେଖନୀୟ ସେବା ପାଇଁ ୨୦୨୦ରେ ତାଙ୍କୁ ଅତିବିଶିଷ୍ଟ ସେବା ପଦକ ମିଳିଥିଲା। ସେଣ୍ଟ୍ରାଲ ଏୟାର କମାଣ୍ଡରେ ସେ ଏବେ ସିନିୟର ଏୟାର ଷ୍ଟାଫ ଅଫିସର (ଏସ୍‌ଏଏସ୍‌ଓ) ଭାବେ କାର୍ଯ୍ୟରତ ଅଛନ୍ତି। ୧୯୮୪ ଜୁନ୍‌୮ରେ ସେ ବାୟୁସେନାର ଫାଇଟର ଷ୍ଟ୍ରିମ୍‌ରେ ପାଇଲଟ ଭାବେ ଯୋଗ ଦେଇଥିଲେ। ମିରାଜ ୨୦୦୦ ଏବଂ ମିଗ୍‌ ୨୧ ସମେତ ବିଭିନ୍ନ ଯୁଦ୍ଧବିମାନ ଓ ପ୍ରଶିକ୍ଷଣ ବିମାନ ସେ ଉଡ଼ାଇଛନ୍ତି। ତାଙ୍କର ୨୫୦୦ ଘଣ୍ଟାରୁ ଊର୍ଦ୍ଧ୍ୱ ବିମାନ ଉଡ଼ାଣ ଅଭିଜ୍ଞତା ରହିଛି। କାର୍ଗିଲ ଯୁଦ୍ଧବେଳେ ସେ କାର୍ଗିଲର ଟାଇଗର ହିଲ୍‌ରେ ରାତ୍ରି ସମୟରେ ଲେଜର ଗାଇଡେଡ୍‌ ବୋମାମାଡ଼ କରିଥିଲେ, ଯାହା ଉକ୍ତ ଅଞ୍ଚଳକୁ ପୁନର୍ବାର ଭାରତ ଅକ୍ତିଆରକୁ ଆଣିବାରେ ସହାୟକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

ପାର୍କିଂ ଶୁଳ୍କକୁ ନେଇ ଗୋଷ୍ଠୀ ସଂଘର୍ଷ, ପଇସା ମାଗିବାରୁ ୩ ଯୁବକ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ ଦ୍ୱାରକା ପଟ୍ଟନାୟକ) : ସ୍ଥାନୀୟ ତାମ୍ପରା ବୋଟିଂ କ୍ଲବ ନିକଟ ପାର୍କିଂରେ ପଇସାକୁ କେନ୍ଦ୍ର କରି ଯୁବକଙ୍କ ଭିତରେ ବଚ୍‌ସାରୁ ଗଣ୍ଡଗୋଳ…

୩ ବରିଷ୍ଠ ଅଧିକାରୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

କଟକ,୨୯୭(କାର୍ତ୍ତିକ ସାହୁ): ପାଠ୍ୟପୁସ୍ତକ ମୁଦ୍ରଣ ତ୍ରୁଟି ମାମଲାରେ ଆଗୁଆ ଜାମିନ ଆବେଦନ କରିଥିବା ୬ ଜଣଙ୍କ ମଧ୍ୟରୁ ହାଇକୋର୍ଟ ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।…

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri