ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଓଡ଼ିଆ ପୁଅ

ଅନୁଗୋଳ, ୩।୧୧(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ ସାକୁରା ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଶା ଫେରିଛନ୍ତି। ଭାରତ ସରକାରଙ୍କ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ ଶିକ୍ଷା ମନ୍ତ୍ରଣାଳୟ ଓ ଜାପାନ ସରକାରଙ୍କ ମିଳିତ ସହଯୋଗିତାରେ ଏହା ଆୟୋଜିତ ହୋଇଥିଲା। ଭାରତର ୧୦ ନବୋଦୟ ଛାତ୍ରୀଛାତ୍ର ଏବଂ ଶତାଧିକ ପ୍ରେରଣା ସ୍କଲାରଙ୍କ ମଧ୍ୟରୁ ୯ ଜଣ ଏହି କାର୍ଯ୍ୟକ୍ରମରେ ପ୍ରତିନିଧିତ୍ୱ କରିଥିଲେ। ଏହି ପ୍ରତିଭାଧାରୀମାନେ ଅକ୍ଟୋବର ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ଜାପାନର ବିଭିନ୍ନ ବିଶ୍ୱବିଦ୍ୟାଳୟ, ଗବେଷଣା ପ୍ରତିଷ୍ଠାନ ଓ ସ୍କୁଲମାନ ପରିଭ୍ରମଣ କରି ଜ୍ଞାନ ଆହରଣ କରିବା ସହ ଭାରତର ସଂସ୍କୃତି, ସଭ୍ୟତା ଓ ଜ୍ଞାନ ଗରିମାର ଉପସ୍ଥାପନ କରିଥିଲେ। କାର୍ଯ୍ୟକ୍ରମର ଏକ ବିଶେଷ ପର୍ଯ୍ୟାୟରେ ଜାପାନର ଛାତ୍ରୀଛାତ୍ରମାନଙ୍କ ସହ ଆଲୋଚନା ଓ ଜ୍ଞାନର ଆଦାନ ପ୍ରଦାନ ମଧ୍ୟ ହୋଇଥିଲା। ଭାରତୀୟ ପ୍ରତିଭାଗୀମାନେ ଜାପାନର ସୁଚିଉରା ଫାଷ୍ଟ ହାଇସ୍କୁଲ ପିଲାମାନଙ୍କ ସହ ମିଶି ଏକ ଡ୍ରୋନ ତିଆରି କରି ଉଡ଼ାଇବା ସହ ଏକ ବନ୍ଧୁତ୍ୱପୂର୍ଣ୍ଣ ଭଲିବଲ ମ୍ୟାଚ ଖେଳିଥିଲେ। ଅନୁଗୋଳ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟର ତେଜସ ଓଡ଼ିଶାରୁ ଏକମାତ୍ର ପ୍ରତିଭାଗୀ ଭାବେ ଦେଶର ପ୍ରତିନିଧିତ୍ୱ କରିଥିବାରୁ ବିଦ୍ୟାଳୟ ଅଧ୍ୟକ୍ଷ ସିଦ୍ଧାର୍ଥ ଶଙ୍କର ବରାଳ ତାଙ୍କୁ ଶୁଭେଛା ଜ୍ଞାପନ କରିବା ସହ ଭବିଷ୍ୟତରେ ବିଜ୍ଞାନ ମାଧ୍ୟମରେ ଦେଶର ଉନ୍ନତି କରିବାକୁ ପରାମର୍ଶ ଦେଇଛନ୍ତି। ନବୋଦୟ ବିଦ୍ୟାଳୟର ଗଣିତ ଶିକ୍ଷକ ପ୍ରକାଶ କୁମାର ଦାଶ ଓ ଡିଏଭି ଅନୁଗୋଳର ସାମାଜିକ ବିଜ୍ଞାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ମିଶ୍ରଙ୍କ ଏକମାତ୍ର ପୁତ୍ର ତେଜସ ପୂର୍ବରୁ ବହୁ କୃତିତ୍ୱ ହାସଲ କରିବା ସହ ୨୦୨୨ ମସିହାରେ ସ୍ପେସ କିଡ୍ସ ତରଫରୁ ଯୁବ ବିଜ୍ଞାନୀ ପୁରସ୍କାର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri