ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି। ସହରାଞ୍ଚଳରେ ବିଭିନ୍ନ କ୍ରୀଡ଼ା ଅନୁଷ୍ଠାନ ପକ୍ଷରୁ କ୍ରିକେଟ୍‌ କୋଚିଂ ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳ ପିଲାମାନେ ବିନା କୌଣସି ପ୍ରଶିକ୍ଷଣରେ ଉଦ୍ୟମ ଜାରି ରଖିଛନ୍ତି। କ୍ରିକେଟ୍‌ର ବିଭିନ୍ନ ଫର୍ମାଟ୍‌ ମଧ୍ୟରେ ଇଣ୍ଡିଆନ ଷ୍ଟ୍ରିଟ୍‌୍‌ ପ୍ରିମିୟର ଲିଗ୍‌ (ଆଇଏସ୍‌ପିଏଲ୍‌) ଚାଲୁଛି। ଏହି ଆଇଏସ୍‌ପିଏଲ୍‌ ଟିମ୍‌ ନିଲାମିରେ ସାମିଲ ହେବାର ସୁଯୋଗ ପାଇଛନ୍ତି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ଗେଡ଼ିଆପଲ୍ଲୀ ସାମୁକାପାଟଣା ଗ୍ରାମର ରାଜେଶ ସ୍ବାଇଁ। ତାଙ୍କର ଏହି ସଫଳତାରେ ପରିବାରବର୍ଗ ଏବଂ ଗ୍ରାମବାସୀ ଖୁସିଥିବା ବେଳେ ଆଗକୁ କ୍ରିକେଟ୍‌ରେ ନାମ କମାଇବାକୁ ଆଶା ବାନ୍ଧିଛନ୍ତି ରାଜେଶ। ଅଭାବ ଅନଟନରେ ବଢ଼ିଥିବା ରାଜେଶ ଭୁବନେଶ୍ୱରର ଏକ ଘରୋଇ ଅନୁଷ୍ଠାନରୁ ଅଗ୍ନିଶମ ପାଇଁ ଟ୍ରେନିଂ ନେଉଥିବା ବେଳେ ଏବେ ଆଇଏସ୍‌ପିଏଲ୍‌ରେ ଖେଳିବାକୁ ତାଙ୍କ ନାମ ଚୟନ କରାଯାଇଛି। ନିଲାମ ପ୍ରକ୍ରିୟାରେ ତାଙ୍କ ନାମ ରହିଥିବାରୁ ସେ ଖୁସିଥିବା ରାଜେଶ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ଆସନ୍ତା ୩ ଦିନ ଯାଏ ରାଜ୍ୟରେ…

ଭୁବନେଶ୍ୱର, ୩୦।୭: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri