ଆଣ୍ଡାମାନରେ ନାଁ ରଖିଲେ ଓଡ଼ିଆ ପୁଅ ରାମପ୍ରସାଦ

ଭୁବନେଶ୍ୱର,୨।୪(ବ୍ୟୁରୋ): ଅଣ୍ଡାମାନରେ ଜଣେ ଓଡ଼ିଆ ପୁଅ ଏବେ ଚର୍ଚ୍ଚାରେ। ଜଣେ ସଫଳ ଉଦ୍ୟୋଗପତି ଭାବେ ପରିଚୟ ପାଇବା ସହ ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି। ସେ ହେଉଛନ୍ତି ସୋନର ଗ୍ରୁପ୍‌ ଅଫ୍‌ କମ୍ପାନୀର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ରାମପ୍ରସାଦ ମୁଦୁଲି। ତାଙ୍କ ଘର ପୁରୁଣା ଭୁବନେଶ୍ୱରର ରାମେଶ୍ୱର ପାଟଣାରେ। ସେ ଆଣ୍ଡାମାନ ନିକୋବର ରାଜଧାନୀ ପୋର୍ଟବ୍ଲେୟାରଠାରେ ଏକ ନୂତନ ଯାତ୍ରୀବାହୀ ଜାହାଜ ତିଆରି କରିଛନ୍ତି। ଏହି ଅତ୍ୟାଧୁନିକ ଜାହାଜ ଦ୍ରୁତ ଗତିରେ ଚାଲିପାରିବ। ଉକ୍ତ ଜାହାଜଟି ବର୍ତ୍ତମାନ ୪ଟି ଦୀପପୁଞ୍ଜକୁ ଯାତ୍ରୀ ପରିବହନ କରିବ। ପୋର୍ଟବ୍ଲେୟାରଠାରେ ଏହାକୁ କେନ୍ଦ୍ର ବନ୍ଦର, ଜାହାଜ ଓ ଜଳପଥ ମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭିୟ ଉଦ୍‌ଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଏମ୍‌ପି ବିକାଶ ମାହାତମେ, କମ୍ପାନୀର ସିଇଓ ତଥା ସିଏମ୍‌ଡି ରାମ ପ୍ରସାଦ, ଶ୍ରୀଲିଙ୍କ୍‌ ଆଡଭେଞ୍ଚର ସଦସ୍ୟଙ୍କ ସମେତ ବହୁ ବଶିଷ୍ଟ ବ୍ୟକ୍ତି ଓ କମ୍ପାନୀର କର୍ମଚାରୀ ଉପସ୍ଥିତ ଥିଲେ। ଓଡ଼ିଆ ପୁଅ ଭାବେ ରାମ ପ୍ରସାଦ ସୁଦୂର ଆଣ୍ଡାମାନରେ ଏଭଳି ପ୍ରତିଷ୍ଠା ଲାଭ କରିଥିବାରୁ ସେଠାରେ ଥିବା ଓଡ଼ିଆମାନେ ତାଙ୍କୁ ନେଇ ଗର୍ବ ଅନୁଭବ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri