ପଞ୍ଚଭୂତରେ ଲୀନ ହେଲେ ଶହୀଦ ଯବାନ

ଭବାନୀପାଟଣା/ତୁଣ୍ଡଲା,୧୯।୧୧(ଉତ୍ତମ କୁମାର ଦାଶ/ଫିରୋଜ କୁମାର ଦାଶ): ତ୍ରିପୁରା-ବାଂଲାଦେଶ ସୀମାନ୍ତ ଲଙ୍କାମୋରାରେ ଗତ ଶୁକ୍ରବାର ଶହୀଦ ହୋଇଥିଲେ ଓଡ଼ିଆ ବିଏସ୍‌ଏଫ୍‌ ଯବାନ ଈଶର ଚନ୍ଦ୍ର ଦୋରା। ରବିବାର ମଧ୍ୟାହ୍ନରେ ନିଜ ଜନ୍ମ ମାଟି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡିରେ ପହଞ୍ଚି ଥିଲା ତାଙ୍କ ପାର୍ଥିବ ଶରୀର। ଏହି ସମୟରେ ଗାଁରେ ଖେଳିଯାଇଥିଲା ଶୋକାକୁଳ ପରିବେଶ। ପରିବାରରେ ତାଙ୍କ ମା’ବାପା, ୨ ଭାଇ, ଭାଉଜ, ସ୍ତ୍ରୀ ଓ ତାଙ୍କ କୁନି ଝିଅ ଏବଂ ଆତ୍ମୀୟଙ୍କ କାନ୍ଦ ବୋବାଳିରେ ଫାଟିପଡିଥିଲା ଗାଁ।

ପରେ ଗାଁ ମଶାଣିରେ ପୋଲିସର ଗାର୍ଡ ଅଫ୍‌ଅନ୍‌ର ସରିବା ପରେ ଶହୀଦ ଯବାନଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା। ଏହାପୂର୍ବରୁ ଅମାଠଛକଠାରେ କଳାହାଣ୍ଡି ଅତିରିକ୍ତ ଜିଲାପାଳ, ଅତିରିକ୍ତ ଏସପି, କେସିଙ୍ଗା ଏସ୍‌ଡିପିଓ, ତହସିଲଦାର, ଜିଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ବିଭିନ୍ନ ଅଞ୍ଚଳର ଶହଶହ ଯୁବକ ଉପସ୍ଥିତ ରହି ତାଙ୍କ ପାର୍ଥିବ ଶରୀରକୁ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସେହିପରି ତୁରଲାଖମନ, ତୁଣ୍ଡଲା, ବାଦିପଡ଼ା, ଦିଗଶିରା, ବେଲଖଣ୍ଡି ଛକଠାରେ ମଧ୍ୟ ଅଞ୍ଚଳର ସମସ୍ତ ଜନସାଧାରଣ ତଥା ଯୁବତୀଯୁବକମାନେ ପୁଷ୍ପମାଲ୍ୟ ଦେଇ ଜୟ ଯବାନ ଜୟ କିଷାନ, ଶହୀଦ ଯବାନ ଈଶ୍ୱର ଚନ୍ଦ୍ର ଦୋରା ଅମର ରହେ ଅମର ରହେ ନାରାରେ ଅଞ୍ଚଳ କମ୍ପି ଉଠିଥିଲା। ୨୦୦୯ରେ ସେ ବିଏସ୍‌ଏଫ୍‌ ଯବାନ ଭାବେ ନିଯୁକ୍ତି ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri