ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ

କୋକସରା,୨।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାହାର ରାଜ୍ୟକୁ ପେଟପାଟଣା କରିବାକୁ ଯାଇ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ କୋକସରା ଗ୍ରାମର ଅଶୋକ କୁମାର ଦାସ(୫୪)। ଅଶୋକ ଦୀର୍ଘ ବର୍ଷ ହେଲା ଦାଦନ ଶ୍ରମିକ ଭାବେ ହାଇଦ୍ରାବାଦର ପଟେନଚେରୁ ଥାନା ଅଧୀନ ଏକ ଠିକା ସଂସ୍ଥାରେ କୋଠା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ। ଅଶୋକ ଗତ ୧୮ତାରିଖରେ ଅସୁସ୍ଥ ହୋଇପଡି ସ୍ଥାନୀୟ ପଟେନଚେରୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ। ହେଲେ ଗତ ୩୧ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସ୍ଥାନୀୟ ପଟେନଚେରୁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଏପରିକି ପଟେନଚେରୁ ପୋଲିସ ଘଟଣା ସମ୍ପର୍କରେ କୋକସରା ପୋଲିସକୁ ଜଣାଇଛି। ଏନେଇ କୋକସରା ପୋଲିସ କର୍ମଚାରୀ ପରିବାର ଲୋକଙ୍କୁ ଅବଗତ କରାଇଛନ୍ତି। ବର୍ତ୍ତମାନ ପରିବାର ଲୋକେ ମୃତଦେହ ଗାଁକୁ ଆଣିବାକୁ ଅସମର୍ଥ ପ୍ରକାଶ କରିଛନ୍ତି। ଏଭଳିସ୍ଥିତିରେ ପରିବାର ଲୋକେ ରବିବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀଙ୍କୁ ଭେଟି ଘଟଣା ସମ୍ପର୍କରେ ଜଣାଇବା ସହ ମୃତଦେହ ଗାଁକୁ ଫେରାଇ ଆଣିବାକୁ ନିବେଦନ କରିଛନ୍ତି। ଏନେଇ ବିଧାୟକ ଜିଲା ପ୍ରଶାସନ ଏବଂ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରି ହାଇଦ୍ରାବାଦରୁ ମୃତଦେହ ଆଣିବାକୁ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri