କେରଳରେ ଓଡ଼ିଆ ଡାକ୍ତର ନିଖୋଜ

ଚୌଦ୍ୱାର,୩୧ା୭(ଆଶୁତୋଷ ଦାସ): କେରଳ ବୁଲିବାକୁ ଯାଇଥିଲେ ୨ ଓଡ଼ିଆ ଡାକ୍ତର ଓ ସେମାନଙ୍କ ସ୍ତ୍ରୀ। ହେଲେ ସେଠାରେ ଘଟିଥିବା ଭୂସ୍ଖଳନରେ ଡାକ୍ତର ଦ୍ୱୟ ନିଖୋଜ ହୋଇଯାଇଥିବାବେଳେ ସେମାନଙ୍କ ସ୍ତ୍ରୀ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନିଖୋଜ ଡାକ୍ତରଙ୍କୁ ଉଦ୍ଧାର କରିବା ପାଇଁ ପରିବାର ଲୋକେ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲା ଚୌଦ୍ୱାରସ୍ଥିତ ହାଉସିଂ ବୋର୍ଡ ଅଞ୍ଚଳରେ ରହୁଥିବା ହାଇଟେକ୍‌ ମେଡିକାଲର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରା, ସ୍ତ୍ରୀ ତଥା ଡ୍ରିମ୍ସ କଲେଜ ଅଧ୍ୟାପିକା ପ୍ରିୟଦର୍ଶିନୀ, ଡା.ସ୍ବାଧୀନ ପଣ୍ଡା ଓ ତାଙ୍କ ସ୍ତ୍ରୀ ସ୍ବୀକୃତି ମହାପାତ୍ର ଗତ ୨୬ ତାରିଖରେ ବେଙ୍ଗାଲୁରୁ ଏବଂ କେରଳ ବୁଲିବାକୁ ଯାଇଥିଲେ। କେରଳର ୱାୟନାଡର ଲିନରା ଭିଲ୍ଲାରେ ରାତ୍ରିଯାପନ କରିଥିଲେ। ସୋମବାର ରାତି ପ୍ରାୟ ୨ଟାରେ ଭୂସ୍ଖଳନ ସହ ମାଟି ମିଶା ପାଣି ଜନବସତି ଅଞ୍ଚଳକୁ ମାଡ଼ି ଆସିଥିଲା। ଏନେଇ ବିଷ୍ଣୁଙ୍କ ବାପା ତଥା ପ୍ରତିରକ୍ଷା ବିଭାଗର ଅବସରପ୍ରାପ୍ତ କର୍ମଚାରୀ ପ୍ରମୋଦ କୁମାର ଚିନାରା କହିଛନ୍ତି, ରାତି ପ୍ରାୟ ୨ଟାରେ ବନ୍ୟାପାଣି ମାଡ଼ି ଆସିଲା। ଏହାପରଠାରୁ ବିଷ୍ଣୁଙ୍କ ପତ୍ତା ମିଳୁନି। ପ୍ରିୟଦର୍ଶିନୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳ ୬ଟାରେ ଫୋନ୍‌ ଯୋଗେ ଏ ସମ୍ପର୍କରେ ପ୍ରିୟଦର୍ଶିନୀ ମୋତେ ଜଣାଇଥିଲେ। ପରେ ମୁଁ ଏନେଇ ହାଇଟେକ୍‌ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲି। ଚୌଦ୍ୱାର ଥାନା ଆଇଆଇସି ବିଶ୍ୱରଞ୍ଜନ ସାହୁ ବିଷ୍ଣୁଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହିତ ପ୍ରଶାସନିକ ସ୍ତରରେ ସମସ୍ତ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ା ସୂଚନାଯୋଗ୍ୟ, ଡା. ଚିନାରା ୨ ବର୍ଷ ତଳେ ପ୍ରିୟଦର୍ଶିନୀଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri